ପରିବର୍ତ୍ତନର ଅଗ୍ରଦୂତ ସାଜନ୍ତୁ ଯୁବପିଢ଼ି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନ୍‌ଏଫ୍‌) ୨ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଛାତ୍ରବୃତ୍ତିଧାରୀ ତଥା ଯୁବପିଢ଼ିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତ, ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି ହେଉଛି ଏକ ୨ ବର୍ଷୀୟା ଛାତ୍ରବୃତ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଜିଲାସ୍ତରରେ ଦକ୍ଷତା ବିକାଶରେ ସହଯୋଗୀ ହେବା ା ଏଥିପାଇଁ ପୂର୍ବରୁ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ମ୍ୟାନେଜମେଣ୍ଟ(ଆଇଆଇଏମ୍‌) ସହ ପାଇଲଟ ଭିତ୍ତିରେ ଆରମ୍ଭ ହୋଇଥିଲା। ତୃଣମୂଳ ସ୍ତରରେ ଦକ୍ଷତା ବିକାଶକୁ ସହଯୋଗ କରିବା ପାଇଁ ବ୍ୟକ୍ତିବିଶେଷ ଓ ଯୁବବର୍ଗଙ୍କୁ ୨ ବର୍ଷ ପାଇଁ ଏହି ବୃତ୍ତି ସୁଯୋଗ ପ୍ରଦାନ କରିବ ା ପ୍ରଥମ ପର୍ଯ୍ୟାୟରେ ୬ଟି ରାଜ୍ୟର ୬୯ଟି ଜିଲାରେ ୬୯ଟି ବୃତ୍ତିଧାରୀଙ୍କୁ ନିୟୋଜିତ କରାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ଦେଶର ସମସ୍ତ ଜିଲାରେ ଅଧିକ ୬୬୧ ବୃତ୍ତିଧାରୀ ଅର୍ଥାତ୍‌ ମୋଟ ୭୩୦ ମହାତ୍ମା ଗାନ୍ଧୀ ଜାତୀୟ ବୃତ୍ତିିଧାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଆଇଆଇଏମ୍‌, ବାଙ୍ଗାଲୋର ସହଯୋଗରେ କାର୍ଯ୍ୟକ୍ରମରେ ଯୋଡ଼ାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ଅଧିକ ୮ଟି ଆଇଆଇଏମ୍‌କୁ ଯୋଡ଼ାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri