ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ ଭାଙ୍ଗି ସାନି ନୂଆ ୪ଟି ୱାର୍ଡ ଗଠନ ପାଇଁ ଯୋଜନା ହେଉଛି। ପୁରୀ ସହରର ୧, ୫, ୭ ଓ ୩୦ ନମ୍ବର ୱାର୍ଡରୁ ଗୋଟିଏ ଲେଖାଏ ନୂଆ ୱାର୍ଡ ସୃଷ୍ଟି କରାଯିବ। ଏହି ୪ଟି ୱାର୍ଡ ଅପେକ୍ଷାକୃତ ଭାବେ ବଡ଼ ହୋଇଥିବାରୁ ଏଗୁଡ଼ିକୁ ଭାଙ୍ଗି ନୂଆ ୱାର୍ଡ ଗଠନ ନେଇ ବିଚାର ବିମର୍ଷ ଚାଲିଥିବା ସୂଚନା ମିଳିଛି। ପୌରସଂସ୍ଥାର ବିସ୍ତୃତିକୁ ବଢ଼ାଇବା ସପକ୍ଷରେ ଜିଲା ପ୍ରଶାସନ ନାହିଁ। ଅନ୍ୟପକ୍ଷରେ ଭାରତୀୟ ନିର୍ବାଚନ କମିଶନ ଏବଂ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ-ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଏ ସଂକ୍ରାନ୍ତରେ ସ୍ଥାନୀୟ ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଛି। ଆସନ୍ତା ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହେଉଥିବ ସେମାନେ ନୂତନ ଭୋଟର ଭାବେ ନାମ ପଞ୍ଜୀକରଣ କରିପାରିବେ। ନୂତନ ଭୋଟର ଭାବେ ପଞ୍ଜିକରଣ କରିବା ପାଇଁ ଫର୍ମ-୬ କ, ଭୋଟର ତାଲିକାରୁ ନାମ ବାଦ୍ ପଡ଼ିଥିଲେ ଫର୍ମ-୭, ସଂଶୋଧନ ପାଇଁ ଫର୍ମ-୮, ସ୍ଥାନାନ୍ତରଣ ନିମନ୍ତେ ଫର୍ମ-୮କ ମାଧ୍ୟମରେ ବୁଥସ୍ତରରେ ବିଏଲ୍ଓଙ୍କ ନିକଟରେ ଆବେଦନ କରିହେବ। ଆସନ୍ତା ନଭେମ୍ବର ୧ରୁ ୩୦ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ଆସନ୍ତା ଡିସେମ୍ବର ୨୦ ତାରିଖ ସୁଦ୍ଧା ସମସ୍ତ ଆପତ୍ତି ଅଭିଯୋଗ ଶୁଣାଣି ହୋଇ ଜାନୁଆରୀ ୫ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ବୋଲି ଅତିରିକ୍ତ ଜିଲାପାଳ କହିଛନ୍ତି। ସେହିଭଳି ଭୋଟର ହେଲ୍ପଲାଇନ୍ ଆପ୍, ନ୍ୟାଶନାଲ୍ ଭୋଟର ସର୍ଭିସ୍ ପୋର୍ଟାଲ ଓ ଭୋଟର ସହାୟତା କେନ୍ଦ୍ର ମାଧ୍ୟମରେ ଭୋଟରଙ୍କୁ ଏହି ସୁବିଧା ମିଳିବ। ଉପଜିଲାପାଳ ଏବଂ ସମସ୍ତ ବିଡିଓଙ୍କ କାର୍ଯ୍ୟାଳୟରେ ଭୋଟର ସହାୟତା କେନ୍ଦ୍ର ଖୋଲାଯିବ। ଭୋଟର ଯେପରି ଭୋଟଦାନରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଆସନ୍ତା ୭ ଓ ୨୧ ତାରିଖ ରବିବାରଗୁଡ଼ିକରେ ସ୍ବତନ୍ତ୍ର ଅଭିଯାନ ଦିବସ ପାଳନ ହେବ। ବୁଥସ୍ତରୀୟ ଅଧିକାରୀମାନେ ବୁଥ୍ ସ୍ତରରେ ଉପସ୍ଥିତ ରହିବେ। ସମ୍ପ୍ରତି ଜିଲାରେ ୭ ଲକ୍ଷ ୧୫ ହଜାର ୯୧୨ ଜଣ ପୁରୁଷ ଓ ୬ ଲକ୍ଷ ୬୮ ହଜାର ୨୮୮ ଜଣ ମହିଳା ଭୋଟର ଥିବାବେଳେ ୬୯ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ସମୁଦାୟ ଭୋଟରଙ୍କ ସଂଖ୍ୟା ୧୩ ଲକ୍ଷ ୮୪ ହଜାର ୨୬୯ ରହିଛି। ସର୍ବଦଳୀୟ ବୈଠକରେ ଉପଜିଲାପାଳ ଭଭତାରଣ ସାହୁ ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ଜିତେନ୍ଦ୍ର କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।v
Posted inHome Left, ଆମ ଜିଲା ଖବର, ପୁରୀ, ମେଟ୍ରୋ View All
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ...
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...
Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…
ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍ଟି ଲେଭଲ୍ ପାର୍କିଂ
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...
୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି
ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...
ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...
Archives


