ଚିକିତ୍ସାଳୟରୁ ବାଇକ୍‌ରେ ବୁହାହେଲା ମୃତଦେହ

ବାଙ୍କୀ, ୨୮।୧୦ (ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଭିନ୍ନକ୍ଷମ ଯୁବକଙ୍କ ମୃତ୍ୟୁ ପରେ ତାଙ୍କୁ ଘରେ ପହଞ୍ଚାଇବାକୁ ମହାପ୍ରୟାଣ ଗାଡି ଯୋଗା ନ ଯିବାରୁ ବାଇକ୍‌ରେ ପରିବାର ଲୋକେ ମୃତଦେହ ନେଉଥିବା ଦେଖିବାକୁ ମିଳିଥିଲା। ବାଙ୍କୀ ଡମପଡ଼ା ବ୍ଲକ ଢଁସର ଗଁାର ଖମାରପାଟଣାର ସ୍ବର୍ଗତ ସନ୍ତୋଷ ଲେଙ୍କାଙ୍କ ଭିନ୍ନକ୍ଷମ ପୁଅ ସରୋଜ(୧୯) ମଙ୍ଗଳବାର ଶାରୀରିକ ଅସୁସ୍ଥତା ଅନୁଭବ କରିଥିଲେ। ପରିବାର ପକ୍ଷରୁ ସରୋଜଙ୍କ ଚିକିତ୍ସା ନିମନ୍ତେ ୧୦୮ ଆମ୍ବୁଲାନ୍ସ ଯୋଗେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଭିନ୍ନକ୍ଷମ ସରୋଜଙ୍କ ପରିବାର ଲୋକେ ଉପଖଣ୍ଡ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ସହ ମୃତଦେହକୁ କିପରି ଘରକୁ ନେବେ ଜଣାଇଥିଲେ। ହେଲେ ଚିକିତ୍ସାଳୟ ଅଧିକାରୀ କହିଲେ, ଆମର ଏଠି ସୁବିଧା ନାହିଁ ଯାହା ଅଛି ତାହା ଚାଲୁନାହିଁ। ପରିବାର ଲୋକେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ। ଉକ୍ତ ଆମ୍ବୁଲାନ୍ସ ଅଧିକ ଟଙ୍କା ଦାବି କରିବାରୁ ଭଡା ଦେବାକୁ ପରିବାର ଲୋକେ ଅସମର୍ଥ ପ୍ରକାଶ କରିଥିଲେ। ଶେଷରେ ପରିବାର ଲୋକେ ବାଇକ୍‌ ଯୋଗେ ମୃତଦେହ ନିଜ ଗ୍ରାମକୁ ନେଇଥିଲେ।
ଏ ସମ୍ପର୍କରେ ବାଙ୍କୀ ଉପଖଣ୍ଡ ଚିକିତ୍ସାଧିକାରୀ ଡା. ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପଚାରିବାରେ ଏମ୍‌ପିଙ୍କ ପକ୍ଷରୁ ଏକ ମହାପ୍ରୟାଣ ଗାଡି ଯୋଗାଇ ଦିଆଯାଇଛି। ତାହା ଚଳେଇବାକୁ ଚାଳକ ଏବଂ ଇନ୍ଧନର ବ୍ୟବସ୍ଥା କରାଯାଇନାହିଁ। ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଅବଗତ କରାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିବାରୁ ତାହା କାର୍ଯ୍ୟକାରୀ ହୋଇପାରିନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri