Posted inଜାତୀୟ

ନଭେମ୍ବର ୩୦ ଯାଏ ବଢ଼ିଲା କଣ୍ଟେନମେଣ୍ଟ କଟକଣା

ନୂଆଦିଲ୍ଲୀ, ୨୯।୧୦(ପି.ଟି.):କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ଜନସ୍ବାସ୍ଥ୍ୟ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ସେଥିପାଇଁ କେନ୍ଦ୍ର ସରକାର କୋଭିଡ୍‌ କଣ୍ଟେନମେଣ୍ଟ କଟକଣାକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖି ସଂକ୍ରମଣ ରୋକିବା ଲାଗି ବର୍ତ୍ତମାନର କଟକଣା ନଭେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ ବୋଲି କହିଛନ୍ତି। ଦେଶରେ ମୋଟାମୋଟି ଭାବେ ସଂକ୍ରମଣ ହ୍ରାସ ପାଇ ଚାଲିତ୍ଥବାବେଳେ ଅଳ୍ପ କେତେକ ରାଜ୍ୟର ନିର୍ଦ୍ଦିିଷ୍ଟ ଅଞ୍ଚଳରେ ଏହା ବୃଦ୍ଧି ପାଉଥିବାରୁ ଏହା ଚିନ୍ତାର କାରଣ ହୋଇଛି। ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ନିୟମିତ ଭାବେ ପଜିଟିଭିଟି ହାର, ହସ୍ପିଟାଲ ଏବଂ ଆଇସିୟୁରେ ଭର୍ତ୍ତି ହୋଇଥିବା ରୋଗୀ ସଂଖ୍ୟା ଅନୁଧ୍ୟାନ କରିବା ଲାଗି ସ୍ବରାଷ୍ଟ୍ର ସଚିବ ପରାମର୍ଶ ଦେଇଥିଲେ। ସମସ୍ତ ହିତାଧିକାରୀ ଯେପରି କୋଭିଡ୍‌ ଟିକା ନେଇପାରିବେ ଏବଂ ଯେଉଁମାନେ ପ୍ରଥମ ଡୋଜ୍‌ ନେଇଥିଲେ, ସେମାନଙ୍କୁ ଦ୍ୱିତୀୟ ଡୋଜ୍‌ ପ୍ରଦାନରେ ପ୍ରାଥମିକତା ଦେବା ଲାଗି ଭାଲ୍ଲା କହିଥିଲେ।
ଗତ ୨୪ ଘଣ୍ଟାରେ ୧୬,୧୫୬ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୩,୪୨,୩୧,୮୦୯ରେ ପହଞ୍ଚତ୍ଛି। ସକ୍ରିୟ ମାମଲା ସଂଖ୍ୟା ୧,୬୦,୯୮୯ ରହିଛି, ଯାହାକି ଗତ ୨୪୩ ଦିନରେ ସର୍ବନିମ୍ନ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ବୁଧବାର ୭୩୩ ଜଣଙ୍କ ମୃତ୍ୟୁକୁ ମିଶାଇ ମହାମାରୀ ଜନିତ ମୋଟ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri