କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ସାକ୍ଷାତ କରିଛନ୍ତି। ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୨୦୨୦-୨୧ରେ ଓଡ଼ିଶାରୁ ୧୫୩.୮୫ ନିୟୁତ ଟନ୍‌ କୋଇଲା ଉତ୍ପାଦନ ହୋଇଛି, ଯାହାକି ସମଗ୍ର ଦେଶ ପାଇଁ ହେଉଥିବା ଆବଶ୍ୟକତାର ୨୫ ପ୍ରତିଶତ। କେନ୍ଦ୍ର ସରକାର ଓଡ଼ିଶାରୁ ପ୍ରତି ଟନ୍‌ରୁ କ୍ଲିନ୍‌ ଏନର୍ଜି ସେସ୍‌ ବାବଦରେ ୪୦୦ ଟଙ୍କା ଆଦାୟ କରୁଛନ୍ତି। ଏହା ୫୦ ହଜାର କୋଟି ଟଙ୍କା ହେବ। ସେଥିରୁ ଓଡ଼ିଶାର ଭାଗ ୬୦ ପ୍ରତିଶତ ହିସାବରେ ୩୦ ହଜାର କୋଟି କେନ୍ଦ୍ର ସରକାର ଦେବା ଦରକାର। ଏହି ଅର୍ଥ କୋଇଲା ଖଣି ଅଞ୍ଚଳ ଏବଂ ଏହାଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଲୋକମାନଙ୍କର ଆର୍ଥିକ ବିକାଶ କାର୍ଯ୍ୟରେ ଲଗାଯାଇ ପାରିବ। କେବଳ ସେତିକି ନୁହେଁ ଏହି ଅର୍ଥ କୋଭିଡ୍‌ ମହାମାରୀ ପରବର୍ତ୍ତୀ ସମୟରେ ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଅବଗତ କରାଇଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଏବଂ ଢେଙ୍କାନାଳ ମେଡିକାଲ କଲେଜ ପ୍ରସଙ୍ଗ ଉଠାଇଥିଲେ। ଏହାଛଡ଼ା ସୁନ୍ଦରଗଡ଼ଠାରେ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏନ୍‌ଟିପିସି ଦ୍ୱାରା ୫୦୦ ଶଯ୍ୟା ଏବଂ ୧୦୦ ସିଟ୍‌ ବିଶିଷ୍ଟ ସୁନ୍ଦରଗଡ ମେଡିକାଲ କଲେଜ ନିର୍ମାଣ ଶେଷ ହୋଇଛି। ଏ ପର୍ଯ୍ୟନ୍ତ ତାହା କାର୍ଯ୍ୟକ୍ଷମ ହୋଇନାହିଁ। ପୂର୍ବରୁ ରାଜ୍ୟ ସରକାର ବହୁବାର ଚିଠି ଲେଖି କେନ୍ଦ୍ର ସରକାରଙ୍କୁ ଏ ବାବଦରେ ଜଣାଇଛନ୍ତି। ସମଗ୍ର ଦେଶକୁ ଶକ୍ତି ସୁରକ୍ଷା ଯୋଗାଇବା ସହ ଇସ୍ପାତ୍‌ ଏବଂ ଲୁହାପଥର ଉତ୍ପାଦନ କ୍ଷେତ୍ରରେ ସୁନ୍ଦରଗଡ଼ର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ଆଦିବାସୀ ବହୁଳ ଜିଲାରେ ଦୀର୍ଘଦିନର ଦାବିକୁ ଦୃଷ୍ଟିରେ ରଖି ଏମ୍ସ ଖୋଲିବାକୁ କେନ୍ଦ୍ର ସରକାର ଆଗେଇ ଆସିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀଙ୍କୁ ସୂଚେଇ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଳଚେର ମେଡିକାଲ କଲେଜ ଓ ହସ୍ପିଟାଲ ଭିତ୍ତିଭୂମି ଦୀର୍ଘ ଦିନ ଧରି ପଡ଼ିରହିଛି। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ୫୦୦ ଶଯ୍ୟା ଏବଂ ୧୦୦ ସିଟ୍‌ ବିଶିଷ୍ଟ ମେଡିକାଲ କଲେଜ ଓ ହସ୍ପିଟାଲ ଢେଙ୍କାନାଳ ଏବଂ ଅନୁଗୋଳ ଲୋକମାନଙ୍କ ପାଇଁ ବହୁମାତ୍ରାରେ ଉପକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଆଲୋଚନା ବେଳେ ରେଳ, କୋଇଲା ଓ ଖଣି ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାନ୍‌ଭେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri