ସାମୁଦ୍ରିକ ନିଷିଦ୍ଧାଞ୍ଚଳ ନେଇ ସତର୍କ କରିବ ସ୍ବତନ୍ତ୍ର ଆପ୍‌

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧାଞ୍ଚଳ ସମ୍ପର୍କରେ ସୂଚନା ଦେବା ସହ ସତର୍କ କରାଇବ ‘ଫିଶର ଫ୍ରେଣ୍ଡ୍‌ ମୋବାଇଲ୍‌ ଆପ୍ଲିକେଶନ’। ଏମ୍‌ଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌କୁ ଶୁକ୍ରବାର ବିଭାଗୀୟ ମନ୍ତ୍ରୀ ଅରୁଣ କୁମାର ସାହୁ କୃଷି ଭବନରେ ଲୋକାର୍ପଣ କରିଛନ୍ତି। ମନ୍ତ୍ରୀ ସାହୁ କହିଛନ୍ତି, ସଭ୍ୟତାର ଦୁର୍ଲଭ ପ୍ରାଣୀଜାତିକୁ ବଞ୍ଚାଇ ରଖିବା ଆମ ସମସ୍ତଙ୍କର ଦାୟିତ୍ୱ ହେବା ଉଚିତ୍‌। ବିରଳ ଅଲିଭ୍‌ ରିଡ୍‌ଲେ ସାମୁଦ୍ରିକ କଇଁଛଙ୍କ ସୁରକ୍ଷା ନିମନ୍ତେ ରାଜ୍ୟ ସରକାର ପ୍ରତିବଦ୍ଧ ଅଛନ୍ତି। ଏହି ମୋବାଇଲ୍‌ ଆପ୍‌ ରାଜ୍ୟ ସରକାରଙ୍କ ଜନମୁଖୀ ଯୋଜନାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ଓଡ଼ିଶା ଉପକୂଳରେ କଇଁଛମାନଙ୍କ ମିଳନ ଓ ଅଣ୍ଡାଦାନ ପ୍ରକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାଛଧରା ନିଷିଦ୍ଧାଞ୍ଚଳଠାରୁ ଦୂରେଇ ରହିବା ପାଇଁ ମତ୍ସ୍ୟଜୀବୀଙ୍କୁ ଏହି ଆପ୍‌ ସତର୍କ କରାଇବ। ଅଜାଣତରେ ନିଷିଦ୍ଧାଞ୍ଚଳରେ ପ୍ରବେଶ କରି ଦଣ୍ଡବିଧାନଜନିତ ଅପ୍ରୀତିକର ପରିସ୍ଥିତିରୁ ମତ୍ସ୍ୟଜୀବୀ ବଞ୍ଚତ୍ପାରିବେ। ତେବେ ଏଥିନିମନ୍ତେ ଇଣ୍ଟରନେଟ୍‌ର ଆବଶ୍ୟକତା ପଡ଼ିବ ନାହିଁ ଏବଂ ସମୁଦ୍ର ମଧ୍ୟରେ ଅଫ୍‌ଲାଇନ୍‌ରେ ଏହା କାର୍ଯ୍ୟ କରିବ। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ପ୍ରବେଶଜନିତ ସତର୍କ ସୂଚନା ପ୍ରଦାନ କରିବା ସହିତ ପାଣିପାଗ ସମ୍ପର୍କିତ ଆଗୁଆ ସୂଚନା, ସମ୍ଭାବ୍ୟ ମାଛ ମିଳିବା ସ୍ଥାନ, ସାମୁଦ୍ରିକ ସ୍ଥିତିର ପୂର୍ବାନୁମାନ, ଅନ୍ତର୍ଜାତୀୟ ସାମୁଦ୍ରିକ ସୀମାରେଖା ସତର୍କତା ଓ ଅନ୍ୟ ବିପର୍ଯ୍ୟୟ ସୂଚନା ଆଦି ପ୍ରଦାନ କରୁଥିବାରୁ ମନ୍ତ୍ରୀ ଏହି ଆପ୍‌କୁ ନାଭିଗେଟର ସହ ତୁଳନା କରିଛନ୍ତି। ଏହାଦ୍ୱାରା ୧.୫ ଲକ୍ଷ ସକ୍ରିୟ ସାମୁଦ୍ରିକ ମତ୍ସ୍ୟଜୀବୀ ଉପକୃତ ହେବେ। ମତ୍ସ୍ୟଜୀବୀଙ୍କ ବ୍ୟତୀତ ସମ୍ପୃକ୍ତ ବନ ବିଭାଗ କର୍ମଚାରୀମାନେ ମଧ୍ୟ ଏହି ଆପ୍‌କୁ ବ୍ୟବହାର କରିବା ପାଇଁ ମନ୍ତ୍ରୀ କହିଛନ୍ତି।
ବିଭାଗୀୟ କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ, ସାମୁଦ୍ରିକ ମାଛ ଉତ୍ପାଦନ କ୍ଷେତ୍ରରେ ଆମ ରାଜ୍ୟ ଉଲ୍ଲେଖନୀୟ ଅଗ୍ରଗତି କରିଛି। ଗତ ୨୦ ବର୍ଷରେ ସାମୁଦ୍ରିକ ଖାଦ୍ୟ ରପ୍ତାନୀ ୯ ଗୁଣ ବୃଦ୍ଧି ପାଇଥିବା ସେ ପ୍ରକାଶ କରିଥିଲେ। ପିସିଏଫ୍‌(ବନ୍ୟପ୍ରାଣୀ) ଶଶୀ ପଲ୍‌ କହିଲେ, ପ୍ରତିବର୍ଷ ପ୍ରାୟ ୮ରୁ ୧୦ ଲକ୍ଷ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେ କଇଁଛ ଆମ ରାଜ୍ୟକୁ ଅଣ୍ଡାଦାନ ନିମନ୍ତେ ଆସିଥାନ୍ତି। ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ ସ୍ବାଗତ ଭାଷଣ ଦେଇଥିବାବେଳେ ଏହି ମୋବାଇଲ୍‌ ଆପ୍ଲିକେଶନର ବ୍ୟବହାର ପ୍ରଣାଳୀ ଉପରେ ଏକ କଥାଚିତ୍ର ପ୍ରଦର୍ଶିତ ହୋଇଥିଲା। ମତ୍ସ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ (ବୈଷୟିକ) ଦେବାନନ୍ଦ ଭଞ୍ଜ ଧନ୍ୟବାଦ ଦେଇଥିଲେ। ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଓ ମତ୍ସ୍ୟ ବିଭାଗର ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସିଂରେ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ପ୍ରତିବର୍ଷ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ୍‌ ରିଡ୍‌ଲେ କଇଁଛ ଧାମରା, ଦେବୀନଦୀ, ଋଷିକୁଲ୍ୟା ନଦୀମୁହାଣ ଏବଂ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳକୁ ଆସି ସାମୂହିକ ଅଣ୍ଡାଦାନ ନିମନ୍ତେ ଏକତ୍ର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri