Posted inଜାତୀୟ

ହାତୀ ଛାଡ଼ି ସାଇକେଲ ଚଳାଇଲେ ୬ ବିଏସ୍‌ପି ବିଧାୟକ…

ଲକ୍ଷ୍ନୌ,୩୦।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳର ସଦସ୍ୟଙ୍କ ମଧ୍ୟରେ ବାଡ଼ ଡେଇଁବା ଆରମ୍ଭ ହୋଇଛି। ଏହି ମର୍ମରେ ମାୟାବତୀଙ୍କ ବହୁଜନ ସମାଜବାଦୀ ପାର୍ଟି( ବିଏସ୍‌ପି)ର ୬ ଜଣ ବିଧାୟକ ହାତୀ ଛାଡ଼ି ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିର ସାଇକେଲ ଚଳାଇଛନ୍ତି।

ଜଣେ ଭାଜପା ବିଧାୟକ ମଧ୍ୟ ପଦ୍ମ ଛାଡ଼ି ସାଇକେଲ ଧରିଛନ୍ତି। ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସେମାନେ ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି।

ଅସଲମ୍‌ ରାଇନି(ଭିଙ୍ଗା-ଶରବସ୍ତି), ଅସଲମ୍‌ ଅଲ୍ଲୀ ଚୌଧୁରୀ( ଢୋଲାନା ହାପୁର), ମୁଜତାବ୍‌ ସିଦ୍ଦିକ୍‌( ପ୍ରତାପପୁର-ଆଲ୍ଳାହବାଦ୍‌), ହକିମ୍‌ ଲାଲ୍‌ ବିନ୍ଦ( ହାନ୍ଦିଆ-ପ୍ରୟାଗରାଜ), ହରଗୋବିନ୍ଦ ଭାର୍ଗବ( ସିଦ୍ଧୁଲି ସୀତାପୁର), ସୁଶମ ପଟେଲ( ମୁଙ୍ଗରା ବାଦଶାହପୁର) ପ୍ରମୁଖ ବିଏସ୍‌ପି ଛାଡ଼ିଛନ୍ତି।

ସେହିପରି ଭାଜପାର ସୀତାପୁର ବିଧାୟକ ରାକେଶ ରାଠୋର ଅଖିଳେଶଙ୍କ ଦଳରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଅଖିଳେଶ କହିଛନ୍ତି ଯେ, ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ଦୁର୍ନୀତିଗ୍ରସ୍ତ ହେବାରେ ଲାଗିଛନ୍ତି। ଶାସକ ଦଳ ପ୍ରତି ଜନସାଧାରଣଙ୍କର ମୋହ ଭଙ୍ଗ ହୋଇଛି। ସେମାନଙ୍କର ବିଶ୍ୱାସ ତୁଟି ଯାଇଛି। ଏବେ ରାଜ୍ୟରେ ଭାଜପାର ପତନ ଆରମ୍ଭ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri