Posted inଫୁରସତ

ଘଣ୍ଟାକରେ ମାଉଥ୍‌ ଅର୍ଗାନରେ ୪୫ ଗୀତ ବଜାଇ ରେକର୍ଡ କଲେ ଏହି କୁନି ବାଳକ

କରୋନା ସମୟରେ ଯେତେବେଳେ ସ୍କୁଲ ବନ୍ଦ ଥିଲା ସେତେବେଳେ କିଛି ପିଲା ଘରେ ରହି ନିଜର କଳା କୌଶଳ ପ୍ରଦର୍ଶନ କରିଥିଲେ। ଜଣେ ଛାତ୍ର ୨୧ ମାସ ପର୍ଯ୍ୟନ୍ତ ମାଉଥ୍‌ ଅର୍ଗାନ ଏପରି ଅଭ୍ୟାସ କଲେ ଯେ, ଶେଷରେ ଏସିଆ ମହାଦେଶର ପ୍ରଥମ ମାଉଥ୍‌ ଅର୍ଗାନ କଳାକାର ପାଲଟିଗଲେ। ତାଙ୍କ ନାମ ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ’ରେ ସ୍ଥାନ ପାଇଛି।

ଏପରି କାର୍ଯ୍ୟ କରି ଦେଖାଇଛନ୍ତି, କୋଲକାତା ହୁଗୁଳି ଜିଲାର ସିଙ୍ଗୁରରେ ରହୁଥିବା ଜଣେ ୯ ବର୍ଷର ବାଳକ। ଏତେ କମ୍‌ ବୟସରେ ସେ ସଙ୍ଗୀତର ଯାଦୁଗରି ଦେଖାଇଛନ୍ତି। ତାଙ୍କ ନାମ ସନ୍ତମ ଦାସ। ସେ ଲଗାତର ୧ ଘଣ୍ଟା ପର୍ଯ୍ୟନ୍ତ ମାଉଥ୍‌ ଅର୍ଗାନରେ ୪୫ଟି ହିନ୍ଦୀ, ବଙ୍ଗଳା ଏବଂ ଇଂରାଜୀ ଗୀତକୁ ଅତି ସୁମଧୁର ଭାବରେ ବଜାଇଥାନ୍ତି।

ସନ୍ତମଙ୍କ ପିତା ସଞ୍ଜୟ ଦାସ କୁହନ୍ତି, ତାଙ୍କ ପୁଅର ନାମ ଏବେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛି। ଆଗକୁ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡ କରିବେ ବୋଲି ଆଶା ରହିଛି। ସନ୍ତମ ପିଲାଦିନରୁ ମାଉଥ୍‌ ଅର୍ଗାନ ବଜାଉଥିଲେ। ମାତ୍ର କରୋନା ମହାମାରୀ ସମୟରେ ତାଙ୍କୁ ଅଧିକ ପରିଶ୍ରମ ପାଇଁ ସମୟ ମିଳିଲା। ତେଣୁ ସେ ୨୧ ମାସ ଧରି ଏହି ଅଭ୍ୟାସ ଜାରି ରଖିଲେ। ଯାହା ଆଜି ତାଙ୍କୁ ଏହି ସ୍ଥାନରେ ପହଞ୍ଚାଇଛି। ତାଙ୍କ ସଫଳତାରେ ପରିବାର ଲୋକେ ବହୁତ ଖୁସି ବୋଲି କହିଛନ୍ତି ସଞ୍ଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri