‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୧୫ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଛି। ରାଜ୍ୟର ୨୪ ଜିଲାରୁ ମୋଟ ୧,୧୪୬ ବିଦ୍ୟାଳୟ ପାଇଁ ୧୫ କୋଟି ୧୮ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ମାସକ ମଧ୍ୟରେ ୧୪ ହଜାର ପୁରାତନ ଛାତ୍ରୀଛାତ୍ର ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୬୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ଏହାର ଦୁଇଗୁଣା ଆର୍ଥିକ ଅନୁଦାନ ଦେଇଥିବାବେଳେ ନୂଆ ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମାଦନ କରିଛି। ବାଲେଶ୍ୱରରେ ସର୍ବାଧିକ ୧ କୋଟି ୧୪ ଲକ୍ଷ, ସୋନପୁରରେ ୫୫ ଲକ୍ଷ ୯୮ ହଜାର, କଟକରେ ୩୨ ଲକ୍ଷ ୧୬ ହଜାର, ଯାଜପୁରରେ ୩୦ ଲକ୍ଷ ୪୧ ହଜାର ଏବଂ ମୟୂରଭଞ୍ଜରେ ୨୦ ଲକ୍ଷ ୪୭ ହଜାର ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଏବେ ସୁଦ୍ଧା ମୋଟ୍‌ ୬,୦୬,୯୦୮ ଜଣ ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ’ ମାଧ୍ୟମରେ ନିଜ ନିଜ ବିଦ୍ୟାଳୟ ସହ ଯୋଡ଼ି ହୋଇଛନ୍ତି। ସେହିଭଳି ବିଭିନ୍ନ ସିଏସ୍‌ଆର୍‌ ପାଣ୍ଠିରୁ ବିଦ୍ୟାଳୟର ଉନ୍ନତିକରଣ ପାଇଁ ମୋଟ୍‌ ୩୩୩.୪ କୋଟି ଟଙ୍କାର ଅନୁଦାନ ମିଳିଛି।
ନିର୍ଦ୍ଧାରିତ ସମୟରେ ମୋ ସ୍କୁଲ ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକ ଶେଷ ହେବ। କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରଖିବାକୁ ଫିଲ୍ଡ ମନିଟରିଂ ଏବଂ ସୋସିଆଲ୍‌ ଅଡିଟ୍‌କୁ କଡ଼ାକଡ଼ି ଭାବରେ କାର୍ଯ୍ୟକାରୀ କରିବାକୁ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲସ୍ତରରେ ‘ମୋ ସ୍କୁଲ’ ପ୍ରକଳ୍ପର ଅଡିଟ୍‌ କାର୍ଯ୍ୟକୁ ଜୋରଦାର କରିବାକୁ ସ୍ବତନ୍ତ୍ର ଅଡିଟ୍‌ ଟିମ୍‌ ପଠାଇବାକୁ ସ୍ଥିର ହୋଇଛି। ବୈଠକରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ଅତିରିକ୍ତ ସଚିବ ତଥା ବିଭାଗୀୟ ବିତ୍ତ ପରାମର୍ଶଦାତା, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri