ବିକୁଥିଲେ ବାଣ, ଧରିଲା ପୋଲିସ

କୋଭିଡ୍‌ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍‌ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର ପାଇ ଭଦ୍ରକ ଟାଉନ ପୋଲିସ ସ୍ଥାନୀୟ ବଙ୍କ ସ୍କୁଲ ନିକଟ ଏକ ବାଣ ଗୋଦାମରେ ଶନିବାର ରାତିରେ ଚଢ଼ାଉ କରିଥିଲା। ଚଢାଉ ବେଳେ ପୋଲିସ ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି କିଭଳି ଓ କେଉଁ ନିୟମ ବଳରେ ବେଆଇନ ଭାବେ ବାଣ ବିକ୍ରି କରାଯାଉଥିଲା ତାହାର ତଦନ୍ତ ଆରମ୍ଭ କରିଛି। ସେହିପରି ପୁରୁଣାବଜାର ଥାନା ପୋଲିସ ବେନ୍ତାଳ ଗାଁରୁ ବହୁ ପରିମାଣର ବେଆଇନ ବାଣ ଜବତ କରିବା ସହ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗାଁର ରଞ୍ଜନ ରାଉତ ଓ ହରିଶ୍ଚନ୍ଦ୍ର ରାଉତ। ସେମାନଙ୍କ ନିକଟରୁ ଏକ କାର୍‌ ଜବତ କରାଯାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୩୬୦/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri