ଆଜିଠୁ ପଶ୍ଚିମଦ୍ୱାର ଦେଇ ଦର୍ଶନ

ପୁରୀ ଅଫିସ,୧।୧୧: ନୂତନ ଏସ୍‌ଓପି ଅନୁଯାୟୀ ସୋମବାରଠାରୁ ପୁରୀ ସହରବାସୀ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶକରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏଥିପାଇଁ କୋଭିଡ୍‌ କଟକଣା ପାଳନ ସହ ଆବଶ୍ୟକ ପରିଚୟପତ୍ର ଓ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଦୁଇଡୋଜ୍‌ ଟିକା ନେଇଥିବାର ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ। ସୂଚନାଯୋଗ୍ୟ, ପୂର୍ବରୁ ପୁରୀ ସହରବାସୀ କେବଳ ସିଂହଦ୍ୱାର ଦେଇ ଦର୍ଶନ ସୁଯୋଗ ପାଉଥିଲେ।
ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପଶ୍ଚିମଦ୍ୱାର ନିକଟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମେଟାଲ ଡିଟେକ୍ଟର ସମେତ ସାନିଟାଇଜର ଓ ଥର୍ମାଲ ସ୍କ୍ରିନିଂ ଭଳି ବ୍ୟବସ୍ଥା ହୋଇଛି। ଏହାଦ୍ୱାରା ପୁରୀ ସହରର ଅଧିକାଂଶ ଲୋକ ସରଳ ଦର୍ଶନ ବ୍ୟବସ୍ଥାର ସୁଯୋଗ ପାଇବେ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ନିତିଦିନିଆ ଦର୍ଶନ କରୁଥିବା ପୁରୀର ସାହି ବାସିନ୍ଦାମାନେ ସିଂହଦ୍ୱାରରେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଅପେକ୍ଷା କରି ରହୁଥିଲେ। ଏବେ ଏହି ସମସ୍ୟା ଦୂର ହୋଇପାରିବ। ତେବେ ପଶ୍ଚିମଦ୍ୱାର ଦେଇ ପ୍ରବେଶ କରୁଥିବା ଲୋକେ ପଶ୍ଚିମଦ୍ୱାରରେ ପ୍ରସ୍ଥାନ କରିପାରିବେ ନାହିଁ, ସେମାନଙ୍କୁ ମଧ୍ୟ ଉତ୍ତରଦ୍ୱାର ଦେଇ ବାହାରିବାକୁ ପଡ଼ିବ ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଏଭଳି ଏସ୍‌ଓପିକୁ ନେଇ ପୁରୀ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପଶ୍ଚିମଦ୍ୱାରରେ ପ୍ରସ୍ଥାନ ହୋଇପାରିଲେ ଦର୍ଶନ ବ୍ୟବସ୍ଥା ସରଳ ହେବା ସହ ଗହଳି କମିପାରନ୍ତା ବୋଲି ସହର ବାସିନ୍ଦା ଚିରଞ୍ଜୀବୀ ବିଶ୍ୱାଳ କହିଛନ୍ତି। ଚାରିଦ୍ୱାରରେ ପ୍ରବେଶ ଓ ପ୍ରସ୍ଥାନ ଅନୁମତି ପାଇଁ ପୁରୀ ଓକିଲ ସଂଘ ଏବଂ ଶ୍ରୀଜଗନ୍ନାଥ ସେନା ସମେତ ବିଭିନ୍ନ ମହଲରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri