ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୨ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୯ ହଜାର ୨୭୨ ରହିଛି। ୨୪୭ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୩ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୬ ପ୍ରତିଶତରେ ପହଞ୍ଚିଛି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୪୩୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୬ କୋଟି ୩୧ ଲକ୍ଷ ୨୪ ହଜାର ୨୦୪ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୬୮ ହଜାର ୫୬୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୮୫ ହଜାର ୮୧୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୭,୧୬୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସେହିପରି ୧୬୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri