କୋଭିଡ୍‌ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପାଇଁ ୩ରୁ ଆବେଦନ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର କିମ୍ବା ନିକଟତମ ସମ୍ପର୍କୀୟଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ଏହି ଆର୍ଥିକ ସହାୟତା ପ୍ରଦାନ ପ୍ରକ୍ରିୟାକୁ ସୁଗମ କରିବା ପାଇଁ ଏକ ସ୍ବତନ୍ତ୍ର ମୋବାଇଲ ଆପ୍‌ ‘କ୍ୟାପ୍ସ’ ପ୍ରସ୍ତୁତ କରାଯାଇଛି। ଜିଲାପାଳ ଏହି ଆପ୍‌ ମାଧ୍ୟମରେ ହିତାଧିକାରୀଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ। ସହାୟତା ରାଶି ସିଧାସଳଖ ବ୍ୟାଙ୍କ ଖାତାକୁ ଯିବ। ଏଥିପାଇଁ ଆସନ୍ତା ୩ ତାରିଖରୁ ଜିଲାପାଳଙ୍କ ନିକଟରେ ଆବେଦନ କରିପାରିବେ। ନିର୍ଦ୍ଦିଷ୍ଟ ଫର୍ମାଟରେ ଅନ୍‌ଲାଇନ୍‌ରେ କିମ୍ବା ଅଫ୍‌ଲାଇନ୍‌ରେ ଡାକ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନ ଫର୍ମ ସହ କୋଭିଡ୍‌ ମୃତ୍ୟୁ ପ୍ରମାଣପତ୍ର ଓ ଅନ୍ୟାନ୍ୟ ଆବଶ୍ୟକ କାଗଜପତ୍ର ସଂଲଗ୍ନ କରିବେ। ଗୋଟିଏ କୋଭିଡ୍‌ ମୃତ୍ୟୁ ପାଇଁ ଗୋଟିଏ ଆବେଦନପତ୍ର ଦାଖଲ କରାଯାଇପାରିବ। ଆବେଦନ ପତ୍ର ପାଇବା ପରେ ଜିଲାପାଳ ତାହାର ଏକ ନକଲ ତହସିଲଦାରଙ୍କ ନିକଟକୁ ଯାଞ୍ଚ ପାଇଁ ପଠାଇବେ। ତହସିଲଦାର ହିତାଧିକାରୀ ଚିହ୍ନଟ କରିବା ସହ ବ୍ୟାଙ୍କ ଖାତା ସମ୍ପର୍କିତ ତଥ୍ୟ ଉପଜିଲାପାଳଙ୍କ ନିକଟକୁ ପଠାଇବେ। ଉପଜିଲାପାଳ ନିଜର ମନ୍ତବ୍ୟ ସହ ଆବେଦନକୁ ଏଡିଏମ୍‌ଙ୍କ ଜରିଆରେ ଜିଲାପାଳଙ୍କ ନିକଟକୁ ପଠାଇବେ। ପରେ ଜିଲାପାଳ ଆବେଦନକୁ ମଞ୍ଜୁର କରିବେ। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri