Posted inଖେଳ

ମଉଳୁଛି ଟିମ୍‌ ଇଣ୍ଡିଆର ଆଶା

ଦୁବାଇ,୩।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶା ଧିରେ ଧିରେ ଶେଷ ହେବାକୁ ଯାଉଛି। ବୁଧବାର ଅପରାହ୍ନରେ ଦୁବାଇଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୧୬ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏଥିସହ ନ୍ୟୁଜିଲାଣ୍ଡ ସେମିଫାଇନାଲ ନିକଟତର ହୋଇଛି। ଅନ୍ୟପକ୍ଷରେ ପୂର୍ବରୁ ଦୁଇଟି ମ୍ୟାଚ୍‌ରେ ଶୋଚନୀୟ ପରାଜୟ ବରଣ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳର ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହେବା ସମ୍ଭାବନା ମଧ୍ୟ ପ୍ରାୟତଃ ଶେଷ ହୋଇଛି।

ମ୍ୟାଚ୍‌ରେ ସ୍କଟଲାଣ୍ଡ ଉଭୟ ବଲ ଓ ବ୍ୟାଟରେ ପ୍ରଭାବି ପ୍ରଦର୍ଶନ କରିଥିଲେ। ଏହାସତ୍ତ୍ୱେ ଶକ୍ତିଶାଳୀ ନ୍ୟୁଜିଲାଣ୍ଡକୁ ହରାଇ ପାରି ନ ଥିଲା ସ୍କଟଲାଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୭୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। କେବଳ ମାର୍ଟିନ ଗୁପଟିଲଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟର ସ୍କଟଲାଣ୍ଡ ବୋଲରଙ୍କ ସମ୍ମୁଖୀନ ହୋଇପାରି ନ ଥିଲେ। ୫୬ ବଲରେ ୬ ଚୌକା ଓ ୭ ଛକା ବଳରେ ୯୩ ରନ୍‌ର ପାଳି ଖେଳିଥିଲେ ଗୁପଟିଲ। ଜବାବରେ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇବାରୁ ବିଜୟ ସ୍କଟଲାଣ୍ଡ ବିଜୟ ଲକ୍ଷ୍ୟଠାରୁ ୧୭ ରନ୍‌ ଦୂରରେ ରହିଯାଇଥିଲା। କିନ୍ତୁ ଜର୍ଜ ମୁନ୍‌ସେ (୨୨), ମାଥ୍ୟୁ କ୍ରସ (୨୭) ଓ ମାଇକେଲ ଲିସ୍କ (୪୨*) ଶେଷ ପର୍ଯ୍ୟନ୍ତ ଲଢ଼େଇ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri