ସୁଇସାଇଡ୍‌ ନୋଟରେ ଏମିତି ଲେଖିଛନ୍ତି ଆତ୍ମହତ୍ୟା କରିଥିବା ଛାତ୍ରୀ

ଚଣ୍ଡିଖୋଲ,୩ା୧୧(ଡି.ଏନ.ଏ.): ବଡ଼ଚଣା ଥାନା ଅଧୀନ ଚଣ୍ଡିଖୋଲସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜପୁରରୋଡ ଥାନା ଅଧୀନ କରଡ଼ିଗ୍ରାମର ରବୀନ୍ଦ୍ର ଦାସଙ୍କ ବଡ଼ଝିଅ ସ୍ମୃତିଶ୍ରୀ ଦାସ(୧୮)। ସ୍ମୃତିଶ୍ରୀ ଏହି କଲେଜର ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସନ୍ଧ୍ୟାରେ ସେ ଛାତ୍ରୀ ନିବାସର ଏକ କୋଠରି ପଙ୍ଖାରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ମୃତ ଛାତ୍ରୀଙ୍କ ପରିବାର ଲୋକେ ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। କଲେଜ କର୍ତ୍ତୃପକ୍ଷ ତାଙ୍କୁ ମାରି ଟାଙ୍ଗିଦେଇ ଆତ୍ମହତ୍ୟା ରୂପ ଦେଉଥିବା ଛାତ୍ରୀଙ୍କ ପରିବାର ଅଭିଯୋଗ କରିଛନ୍ତି। ଖବର ପାଇ ବଡ଼ଚଣା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏଥିସହିତ ପୋଲିସ ସେହି କୋଠରିରୁ ଛାତ୍ରୀଙ୍କ ଏକ ହାତଲେଖା ଚିଠି ଜବତ କରିଛି।
ସୂଚନା ମୁତାବକ, ସ୍ମୃତିଶ୍ରୀ ସନ୍ଧ୍ୟାରେ ନିଜ କୋଠରିରେ ରହି ଭିତରୁ କବାଟ ଦେଇ ଦେଇଥିଲେ। କେତେକ ସହପାଠୀ ତାଙ୍କୁ ଡାକିଥିଲେ ମଧ୍ୟ ଶୁଣି ନ ଥିଲେ। ପରେ କଲେଜ କର୍ମଚାରୀ କବାଟ ତାଡ଼ି ପଙ୍ଖାରୁ ଝୁଲନ୍ତା ଅବସ୍ଥାରେ ସ୍ମୃତିଶ୍ରୀଙ୍କୁ ଉଦ୍ଧାର କରିଥିଲେ। ଏନେଇ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ତହସିଲଦାରଙ୍କ ଉପସ୍ଥିତିରେ ମୃତଦେହ ନିଜ ହେପାଜତକୁ ନେଇଛି। ମୃତଛାତ୍ରୀଙ୍କ ଚିଠିରେ ଲଖାଯାଇଛି, ମଣିଷ ଜନ୍ମ ବହୁତ କଷ୍ଟ। ହେ ପ୍ରଭୁ ମୋତେ ଆସନ୍ତା ଜନ୍ମକୁ ମଣିଷ ଜନ୍ମ ଦେବ ନାହିଁ। ମା’ବାପାଙ୍କୁ କ୍ଷମା ମାଗିବା ସହ ମୁଁ କିଛି ବି କରିନାହଁ, କିନ୍ତୁ, ମୋ ଉପରେ ସମସ୍ତେ ଦୋଷ ଲଦୁଥିବା ଆଦି ବିଭିନ୍ନ କଥା ଲେଖାଅଛି। ଖବର ପାଇ ଛାତ୍ରୀଙ୍କ ପରିବାର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଛାତ୍ରୀଙ୍କ ବାପା ରବୀନ୍ଦ୍ର ଦାସ ଓ ମା’ ମଧୁସ୍ମିତା ଦାସ କହିଛନ୍ତି, ଗତ ମାସ ୨୪ ତାରିଖରେ ଝିଅ ଘରୁ କଲେଜକୁ ଆସିଥିଲା। ସେ ସମ୍ପୂର୍ଣ୍ଣ ସ୍ବଭାବିକ ରହିଥିଲା। କଲେଜ କର୍ତ୍ତୃପକ୍ଷଙ୍କ ପାଇଁ ଝିଅର ମୃତ୍ୟୁ ଘଟିଥିବା ସେମାନେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି। ଏନେଇ କଲେଜ କର୍ତ୍ତୃପକ୍ଷ ମୁହଁ ଖୋଲିନାହାନ୍ତି। ବଡ଼ଚଣା ଥାନା ଅଧିକାରୀ ପ୍ରିୟବ୍ରତ ରାଉତ କହିଛନ୍ତି, ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଖୁବଶୀଘ୍ର କଲେଜ କର୍ତ୍ତୃପକ୍ଷ ଓ ମୃତ ଛାତ୍ରୀଙ୍କ ପରିବାରକୁ ପଚରାଉଚୁରା କରାଯିବ। ଏହାପରେ ସମ୍ପୂର୍ଣ୍ଣ ଘଟଣା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri