ଜିଲାପାଳଙ୍କ ଅଫିସ୍‌ ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ ଅଫିସ,୪।୧୧: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ଲିଫ୍ଟରେ ବୁଧବାର ୮ଜଣ ଆଇନଜୀବୀ ପ୍ରାୟ ୨୦ ମିନିଟ ଫସିରହିଥିଲେ। ଏହି ସମୟରେ ସେମାନେ ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଏ ନେଇ ଜଣାପଡ଼ିବା ପରେ ଲିଫ୍ଟ ଚାବି ଖୋଲାଯାଇ ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ହଠାତ୍‌ ଲିଫ୍ଟ ଅଚଳ ହୋଇପଡ଼ିବାରୁ ଏଭଳି ସ୍ଥିତି ଉପୁଜିଥିଲା।
ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଚାରିଦ୍ୱାରରେ ପୁରୀ ବାସିନ୍ଦାଙ୍କୁ ପ୍ରବେଶ ଅନୁମତି ଦେବା ଦାବି ନେଇ ପୁରୀ ଆଇନଜୀବୀ ସଂଘର ଏକ ପ୍ରତିନିଧି ଦଳ ଦାବିପତ୍ର ଦେବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଦାବିପତ୍ର ପ୍ରଦାନ ପରେ ସେମାନେ ଲିଫ୍ଟ ଯୋଗେ ଫେରୁଥିଲେ। ଏହି ସମୟରେ ହଠାତ୍‌ ଲିଫ୍ଟ ଅଚଳ ହୋଇଯାଇଥିଲା। ଫଳରେ ସେମାନେ ଫସି ରହିଥିଲେ। ସେମାନଙ୍କୁ ଉଦ୍ଧାର କରିବା ଲାଗି କୌଣସି କର୍ମଚାରୀଙ୍କ ଦେଖା ନ ଥିଲା। ଏପରି କି ଟେକ୍ନିକାଲ ଇଞ୍ଜିନିୟର ଲିଫ୍ଟ ଖୋଲିବାକୁ ପ୍ରଥମେ ଉଦ୍ୟମ କରି ନ ଥିଲେ ବୋଲି ଆଇନଜୀବୀମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଅନ୍ୟ ଆଇନଜୀବୀମାନେ ଜାଣିବାକୁ ପାଇ ସେଠାରେ ପହଞ୍ଚି ଉଦ୍ଧାର ଲାଗି ପ୍ରୟାସ କରିଥିଲେ। ପ୍ରାୟ ୨୦ମିନିଟ୍‌ ପରେ ଲିଫ୍ଟ ଚାବି ଖୋଲାଯାଇ ଆଇନଜୀବୀମାନଙ୍କୁ ଉଦ୍ଧାର କରାଯାଇଥିଲା। ନିମ୍ନମାନର ଲିଫ୍ଟ ପାଇଁ ଏଭଳି ଘଟଣା ଘଟିଲା ବୋଲି ସେମାନେ କହିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି, ଧାର୍ଯ୍ୟ କ୍ଷମତାଠାରୁ ଅଧିକ ବ୍ୟକ୍ତି ଏକସଙ୍ଗେ ଲିଫ୍ଟରେ ଯିବା କାରଣରୁ ଏଭଳି ସ୍ଥିତି ଉୁପୁଜିଥିଲା। ଉଦ୍ଧାର ହୋଇଥିବା ଆଇନଜୀବୀମାନେ ସୁରକ୍ଷିତ ଓ ସୁସ୍ଥ ଥିଲେ। ଯେଭଳି ଏପରି ଅଘଟଣ ଭବିଷ୍ୟତରେ ନ ଘଟିବ ସେଥିପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସାହୁ କହିଛନ୍ତି। ଏନେଇ ଅଧିକାରୀମାନଙ୍କ ସହ ଆଲୋଚନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri