Posted inଜାତୀୟ

କମିଲା ପେଟ୍ରୋଲ-ଡିଜେଲ ଦାମ୍‌, ଯୋଗୀଙ୍କ ଦୀପାବଳି ଉପହାର…

ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ହୋଲି ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ହ୍ରାସ କରିବାକୁ କେନ୍ଦ୍ର ନିଷ୍ପତ୍ତି ନେବା ପରେ ଯୋଗୀ ଏହାର ଦର ହ୍ରାସ କରିବାକୁ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ଆୟୋଜିତ ଦୀପୋତ୍ସଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ପେଟ୍ରୋଲ ଦାମ କେନ୍ଦ୍ର ସରକାର ୫ ଟଙ୍କା କମାଇଥିବାବେଳେ ଏବଂ ଯୋଗୀ ସରକାର ୭ ଟଙ୍କା କମାଇଛନ୍ତି। ଫଳରେ ରାଜ୍ୟରେ ପେଟ୍ରୋଲ ଦାମ ମୋଟ ୧୨ ଟଙ୍କା କମିଛିି। ସେହିଭଳି ଡିଜେଲ ଦାମ ରାଜ୍ୟ ସରକାର ୨ ଟଙ୍କା ହ୍ରାସ କରିଥିବାବେଳେ କେନ୍ଦ୍ର ସରକାର ୧୦ ଟଙ୍କା କମ କରିଛନ୍ତି। ଫଳ ସ୍ବରୂପ ଡିଜେଲ ମଧ୍ୟ ୧୨ ଟଙ୍କା ଶସ୍ତା ହୋଇଛି।

ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା ନଭେମ୍ବର ପର୍ଯ୍ୟନ୍ତ ରହିଛି। କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ, ତେଣୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ହୋଲି ପର୍ଯ୍ୟନ୍ତ ଏହା ଜାରି ରହିବ। ଏହା ଅନ୍ତର୍ଗତ ଡିସେମ୍ବର, ଜାନୁଆରୀ, ଫେବୃଆରୀ ଏବଂ ମାର୍ଚ୍ଚରେ ଅନ୍ତୋଦୟ କାର୍ଡ ଧାରକଙ୍କୁ ମାଗଣାରେ ୩୫ କିଲୋଗ୍ରାମ ରାଶନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri