Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ
ଗୁରୁସୌରି ଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ସହ ବନ୍ଧୁବର୍ଗଙ୍କ ଆଦରଣୀୟ ହେବେ। ବିବାଦୀୟ ପରିସ୍ଥିତିରେ ଜଣେ ନିକଟ ସମ୍ପର୍କୀୟ ବ୍ୟକ୍ତି ସାହାଯ୍ୟ କରିବେ। ଆର୍ଥତ୍କସ୍ଥିତି ମନ୍ଦ ନ ହେଲେ ମଧ୍ୟ ଋଣ ପରିଶୋଧ ଚିନ୍ତାର କାରଣ ହୋଇପାରେ। କେତେକ କ୍ଷେତ୍ରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।
ବୃଷ
ବୃଷ
ବ୍ୟୟଭାବ ପ୍ରତି ଏକାଧିକ ଗ୍ରହଙ୍କ ଦୃଷ୍ଟି ହେତୁ ମନଟା ଭଲ ଲାଗିବ ନାହିଁ। ସାମାଜିକ ସ୍ତରରେ, ସଭା ସମିତିରେ କିମ୍ବା ନିଜ ପରିସରରେ ପ୍ରଶଂସନୀୟ କାମ କରିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ବନ୍ଧୁଙ୍କ ପରାମର୍ଶରେ ଭରଣା ପାଇଁ ବିକଳ୍ପ ଯୋଜନା କରିପାରନ୍ତି। ସ୍ବାସ୍ଥ୍ୟ ସ୍ଥିତି ନିୟନ୍ତ୍ରିତ ଥିଲେ ମଧ୍ୟ ଦୁର୍ବଳତା ଲାଗି ରହିପାରେ।
ମିଥୁନ
ମିଥୁନ
ଗ୍ରହସ୍ଥିତିର ଅନୁକୂଳତା ଆପଣଙ୍କ ସମସ୍ତ ସମ୍ଭାବନାକୁ ସାକାର କରିଦେବାର ସୂଚନା ରହିଛି। ଶିକ୍ଷାକ୍ଷେତ୍ରରେ କିମ୍ବା ସନ୍ତାନଙ୍କ ସମସ୍ୟା ସୁଧୁରିଯିବା ସାଙ୍ଗକୁ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇପାରିବେ। ଆମତ୍ୀୟସ୍ବଜନଙ୍କ ସହିତ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ଆପଣଙ୍କ କାର୍ଯ୍ୟଦକ୍ଷତା ଏବଂ ବ୍ୟବହାରରେ ସହନଶୀଳତା ଯୋଗୁ ସମସ୍ତ କାମ ସୁରୁଖୁରୁରେ ସମ୍ପାଦିତ ହୋଇପାରିବ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଆବଶ୍ୟକତା ବଢି ବଢି ଯାଉଥିବାରୁ ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ବ୍ୟବସାୟ, ପ୍ରଶାସନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମାଧିପ ଶୁକ୍ରଙ୍କ କୋଣଭାବସ୍ଥ ହେତୁ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି ସେପରି କିଛି ହେବନି। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ଉତ୍ତରାଫାଲଗୁନୀ ନକ୍ଷତ୍ର ମାନସିକ ଅଶାନ୍ତି ଥିବା ହେତୁ କୌଣସି କାମକୁ ଠିକ୍‌ ଭାବେ କରିପାରିବେ ନାହିଁ।
କନ୍ୟା
ଚତୁର୍ଥଭାବର ସୁପ୍ରଭାବରେ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଆଇନ ଅଦାଲତରୁ ସୁଫଳ ପାଇବା ହେତୁ ସାମୟିକ ମାନସିକ ସ୍ତରରେ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବା ସକାଶେ ମାର୍ଗ ଉନ୍ମୁକ୍ତ ହୋଇଯିବ। ଆର୍ଥିକ ଅନଟନ ହେତୁ ବିଭିନ୍ନ ପ୍ରକାର ଯୋଜନା କରିପାରନ୍ତି।
ତୁଳା
ତୁଳା
ବୃହସ୍ପତିଙ୍କ ଶନିଙ୍କ ସମ୍ବନ୍ଧରୁ ବନ୍ଧୁ ଓ ପରିଜନଙ୍କ ସହିତ ଯାତ୍ରା ପ୍ରୀତିପ୍ରଦ ରହିବ। ଗୃହ ସମସ୍ୟା ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କିନ୍ତୁ ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାରେ ବିସ୍ମିତ ହେବେ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇ ପାରନ୍ତି। ଆଧ୍ୟାମତ୍ିକଗ୍ରହ ଶନିଙ୍କ ସମ୍ବନ୍ଧରୁ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ବୁଝାମଣା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ରାହୁ ଅଧିଷ୍ଠିତ ରାଶ୍ୟାଧିପ ରାଶିରେ ଥିବାରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିବେ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆଲୋଚନା କାଳରେ ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ।
ମକର
ମକର
କର୍ମସ୍ଥ ଏକାଧିକ ଗ୍ରହ ଶନିଙ୍କ ଦୃଷ୍ଟିରେ ଥିବାରୁ ଚେଷ୍ଟା କରୁଥିବା କାମ ସହଜରେ ସମ୍ପନ୍ନ ହେବ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଯଥା ସମ୍ପର୍କହାନି ଘଟିବ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ। ନିକଟ ସମ୍ପର୍କୀୟଙ୍କ ସୌହାର୍ଦ୍ଦ୍ୟରୁ ନିର୍ମାଣ କାମରେ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଦେହ ଭଲ ରହିଲେ ମଧ୍ୟ ମାନସିକ ପରିଶ୍ରମ ଅତ୍ୟଧିକ ହେତୁ ସାମୟିକ ମୁଣ୍ଡବ୍ୟଥାରେ ପୀଡିତ ହୋଇପାରନ୍ତି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଦ୍ୱାଦଶସ୍ଥ ସ୍ବଗୃହୀ ଶନି ଓ ଗୁରୁଙ୍କ ହେତୁ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଶୁକ୍ରଙ୍କ ପ୍ରଭାବରୁ ଟେନସନ୍‌ କମିଯିବ ଓ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶନି ଓ କେତୁଙ୍କ ମଧ୍ୟସ୍ଥ ହେତୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ଅବଶ୍ୟ ପୂର୍ବଭାଦ୍ରପଦ ନକ୍ଷତ୍ର ସକାଶେ ଆଶଙ୍କା ଅମୂଳକ ରହିପାରେ। ଆର୍ଥିକ,ପାରିବାରିକ ଓ ସାମାଜିକ ସ୍ଥିତି ମଧ୍ୟମ ଧରଣ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri