ସ୍ୱାମୀ ସ୍ତ୍ରୀ ଏକାଠି ପିଇଲେ ବିଷ

ସମ୍ବଲପୁର,୬ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଝାରମୁଣ୍ଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ୱାମୀ ଟଙ୍କଧର ମହାକୁଡ଼ଙ୍କ ମୃତ୍ୟୁର ଦିନକ ପରେ ସ୍ତ୍ରୀ ବୃନ୍ଦାବତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମ ଶ୍ମଶାନରେ ଗୁରୁବାର ଦମ୍ପତିଙ୍କ ଜୁଇ ଜଳିଛି। ସୂଚନା ଅନୁସାରେ ଟଙ୍କଧର ଓ ବୃନ୍ଦାବତୀ ଏକାଠି ରହୁଥିଲେ ହେଁ ପରିବାର ଲୋକେ ସେମାନଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଅସହ୍ୟ ହେବାରୁ ସେମାନେ ଏକାଠି ମିଶି ବିଷ ପିଇ ଦେଇଥିଲେ। ବୁଧବାର ସକାଳେ ଟଙ୍କଧରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିବା ବେଳେ ସ୍ତ୍ରୀ ବୃନ୍ଦାବତୀଙ୍କୁ ବୁର୍ଲା ଭିମ୍‌ସାରରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ପୋଲିସ ୨ଟି ଅପମୃତ୍ୟୁ ମାମଲା ରୁଜୁ କରିଛି। ହୀରାକୁଦ ଏସ୍‌ଡିପିଓ ଏସ୍‌. ଦାସ କହିଛନ୍ତି, ଏ ସମ୍ପର୍କରେ ପରିବାର କିମ୍ବା ପରିଜନ ଅଭିଯୋଗ କରିନାହାନ୍ତି। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା କାର୍ତ୍ତିକ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫: ସୁଜାତା କାର୍ତ୍ତିକ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ।

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri