ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଶୁକ୍ରବାର ରାତିରେ ଫ୍ରିଟାଉନ ନିକଟସ୍ଥ ଓ୍ବେଲିଙ୍ଗଟନ୍‌ରେ ଟ୍ୟାଙ୍କରରୁ ତେଲ ଲିକ୍‌ ହେଉଥିବାବେଳେ ଏହାକୁ ସଂଗ୍ରହ କରିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଲାଗିଥିଲା। ସେହି ସମୟରେ ଟ୍ୟାଙ୍କରକୁ ଏକ ବସ୍‌ ଧକ୍କା ଦେବାରୁ ସେଥିରେ ବିସ୍ଫୋରଣ ହୋଇ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଗଲା ବୋଲି ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।
ଶନିବାର ସକାଳ ସୁଦ୍ଧା କନଟ୍‌ ହସ୍ପିଟାଲର ମର୍ଚୁଆରିକୁ ୯୨ ମୃତଦେହ ଆସିଥିବାବେଳେ ଅନ୍ୟ ୩୦ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ିଯାଇଥିବାରୁ ବଞ୍ଚତ୍ବା ଆଶା ବହୁତ କମ୍‌ ବୋଲି ହସ୍ପିଟାଲ କର୍ମଚାରୀ କହିଛନ୍ତି। ବିସ୍ଫୋରଣ ପରେ ରାତି ଆକାଶରେ ବିଶାଳ ଅଗ୍ନି ପିଣ୍ଡୁଳା ଜଳୁଥିବା ଭିଡିଓରୁ ଦେଖିବାକୁ ମିଳିଛି। ଅଧାପୋଡ଼ା ଲୋକେ ଯନ୍ତ୍ରଣାରେ ଆର୍ତ୍ତ ଚିତ୍କାର କରୁଥିବାବେଳେ ସମ୍ପୂର୍ଣ୍ଣ ଦଗ୍ଧ ମୃତଦେହଗୁଡ଼ିକ ରାସ୍ତାରେ ପଡ଼ିରହିଥିବା ଦେଖାଯାଇଥିଲା। ଜାତିସଂଘ ଜଳବାୟୁ ସମ୍ମିଳନୀରେ ଯୋଗଦେବା ପାଇଁ ସ୍କଟଲାଣ୍ଡରେ ଥିବା ସିଏରା ଲିଓନେ ରାଷ୍ଟ୍ରପତି ଜୁଲିଅସ୍‌ ମାଡା ବିଓ ବିସ୍ଫୋରଣ ଖବର ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଉପରାଷ୍ଟ୍ରପତି ମହମ୍ମଦ ଜୁଲଡେହ ଜାଲୋହ ଶୁକ୍ରବାର ରାତିରେ ଆହତମାନେ ଚିକିତ୍ସିତ ହେଉଥିବା ଦୁଇଟି ହସ୍ପିଟାଲକୁ ଯାଇ ସେମାନଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ପହଞ୍ଚାଇବା ଓ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଇବାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଓ ଅନ୍ୟମାନେ ଅକ୍ଳାନ୍ତ ପରିଶ୍ରମ କରିଥିବା ସେ କହିଛନ୍ତି। ଏହା ଦେଶ ପାଇଁ ବାସ୍ତବରେ ଏକ କଷ୍ଟକର ସମୟ ବୋଲି ସେ ଫେସ୍‌ବୁକ୍‌ ପେଜ୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri