Posted inଖେଳ

ଭିଣେଇ ଭାଇଙ୍କ ରେକର୍ଡ

ଆବୁଧାବି,୭।୧୧: ଭାରତରେ ଭିଣେଇ ଭାଇ ଭାବେ ଜଣାଶୁଣା ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ରବିବାର ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ମାତ୍ର ୧୮ ବଲର ସମ୍ମୁଖୀନ ହୋଇ ୧ ଚୌକା ଓ ୬ ବିଶାଳ ଛକା ସହାୟତାରେ ୩୯ ବର୍ଷୀୟ ମଲିକ ୫୪ ରନ୍‌ ଦର୍ଶନୀୟ ପାଳି ଖେଳିଛନ୍ତି। ମ୍ୟାଚ୍‌ର ଅନ୍ତିମ ଓଭରରେ ସେ ୫ଟି ବଲ ଖେଳିଥିଲେ। ସେଥିରୁ ସେ ୪ ଛକା ଓ ୧ ଚୌକା ଲଗାଇ ଅର୍ଦ୍ଧଶତକ ପୂରଣ କରିଥିଲେ। ଅନ୍ତର୍ଜାତୀୟ ଟି୨୦ରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ଏହା ଦ୍ରୁତତମ ଅର୍ଦ୍ଧଶତକ।

ତେବେ ଏହା ଚଳିତ ଟି୨୦ ବିଶ୍ୱକପ୍‌ର ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ। ସମାନ ସଂଖ୍ୟକ ବଲରେ ଗତ ଶୁକ୍ରବାର ସମାନ ପ୍ରତିଦ୍ୱନ୍ଦ୍ୱୀ ବିପକ୍ଷରେ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଭାରତୀୟ ଓପନର ଲୋକେଶ ରାହୁଲ। ମଲିକଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ପାକିସ୍ତାନ ପ୍ରତିପକ୍ଷ ସ୍କଟଲାଣ୍ଡ ଆଗରେ ୧୯୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛନ୍ତି। ଅଧିନାୟକ ବାବର ଆଜାମ ୬୬ (୫ ଚୌକା ଓ ୩ ଛକା) ଓ ମହମ୍ମଦ ହାଫିଜ ୩୧ (୪ ଚୌକା ଓ ୧ ଛକା) ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri