Posted inଜାତୀୟ

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୪୫୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୩ ହଜାର ୨୦୪ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୪ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୪୨ ହଜାର ୮୨୬ ରହିଛି। ୨୬୦ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୨ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୦ ହଜାର ୭୯୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୮ କୋଟି ୨୧ ଲକ୍ଷ ୬୬ ହଜାର ୩୬୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୨୮ ଲକ୍ଷ ୪୦ ହଜାର ୧୭୪ ଜଣଙ୍କୁ ଟିକାଦାନ କରାଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୭ ଲକ୍ଷ ୪୯ ହଜାର ୯୦୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭,୧୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ୭,୪୮୮ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri