Posted inଖେଳ

ରୋହିତଙ୍କୁ ଦିଆଗଲା ନେତୃତ୍ୱ

ନୂଆଦିଲ୍ଲୀ,୯।୧୧: ବିରାଟ କୋହଲି ଭାରତୀୟ ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବା ପରେ ରୋହିତ ଶର୍ମାଙ୍କୁ ଦିଆଯାଇଛି ଗୁରୁଦାୟିତ୍ୱ। ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏଥିଲାଗି ମଙ୍ଗଳବାର ୧୬ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ପୂର୍ବତନ ଅଧିନାୟକ କୋହଲିଙ୍କୁ ଏହି ସିରିଜ୍‌ରୁ ବିଶ୍ରାମ ଦିଆଯାଇଛି।

କୋହଲି ଟି୨୦ ଦଳର ନେତୃତ୍ୱ ଛାଡ଼ି ସାରିଥିବାରୁ ଭେଟେରାନ ଓପନର ରୋହିତଙ୍କୁ ଅଧିନାୟକ ପଦ ଦିଆଯିବ ବୋଲି ଆଶା କରାଯାଉଥିଲା। ତାହା ହିଁ ଘଟିଛି। ରୋହିତଙ୍କୁ ଉପ ଅଧିନାୟକ ଭାବେ ସହାୟତା କରିବେ ଷ୍ଟାର ଉଇକେଟ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ। ଦଳରେ ଉଇକେଟକିପର ବ୍ୟାଟର ରିଷଭ ପନ୍ତ, ସୂର୍ଯ୍ୟକୁମାର ଯାଦବ, ଇଶାନ କିଷନ, ରବିଚନ୍ଦ୍ରନ ଅଶ୍ୱିନ ଓ ଭୁବନେଶ୍ୱର କୁମାରଙ୍କୁ ଯାଗା ମିଳିଛି। ଏମାନେ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ଅଂଶ ଥିଲେ। ଷ୍ଟାଣ୍ଡବାଇ ଖେଳାଳି ଭାବେ ସ୍ଥାନ ପାଇଥିବା ଦୀପକ ଚହର, ଶେୟାସ ଆୟର ଓ ଅକ୍ଷର ପଟେଲଙ୍କୁ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ ଲାଗି ଦଳରେ ରଖାଯାଇଛି।

ଭାରତୀୟ ଟି୨୦ ଦଳ: ରୋହିତ ଶର୍ମା (ଅଧିନାୟକ), ଲୋକେଶ ରାହୁଲ (ଉପ ଅଧିନାୟକ), ରୁତୁରାଜ ଗାଏକ୍ୱାଡ, ଶ୍ରେୟାସ ଆୟର, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ ଓ ଇଶାନ କିଷନ, ଭେଙ୍କଟେଶ ଆୟାର, ୟୁଜବେନ୍ଦ୍ର ଚହଲ, ରବିଚନ୍ଦ୍ରନ ଅଶ୍ୱିନ, ଅକ୍ଷର ପଟେଲ, ଅଭେଶ ଖାନ, ଭୁବନେଶ୍ୱର କୁମାର, ଦୀପକ ଚହର, ହର୍ଶଲ ପଟେଲ ଓ ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri