Posted inଜାତୀୟ

ଟାର୍ଗେଟ କିଲିଂର କଡ଼ା ଜବାବ ଦେବାକୁ ଜମ୍ମୁ-କଶ୍ମୀର ଗଲେ ୫,୫୦୦ ଯବାନ…

ଶ୍ରୀନଗର,୧୦।୧୧: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଘଟଣାର ବୃଦ୍ଧି ପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ୍‌) ର ୫୫ କମ୍ପାନୀ ଅର୍ଥାତ୍‌ ୫,୫୦୦ରୁ ଅଧିକ ଅତିରିକ୍ତ କର୍ମଚାରୀଙ୍କୁ ଜମ୍ମୁ-କଶ୍ମୀରକୁ ପଠାଯାଇଛି। ଗତ କିଛି ମାସ ହେବ ଆତଙ୍କବାଦୀମାନେ ଅଣ-କଶ୍ମୀରୀ ବାସିନ୍ଦାଙ୍କୁ ଟାର୍ଗେଟ କରୁଛନ୍ତି। ଏଭଳି ଲୋକଙ୍କ ହତ୍ୟା ପରେ ସରକାର ସୁରକ୍ଷା ବାହିନୀଙ୍କ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁସାରେ ସାଧାରଣ ନାଗରିକଙ୍କ ଟାର୍ଗେଟ କିଲିଂକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ପ୍ରାୟ ୫୫ ନୂଆ କମ୍ପାନୀ ସୁରକ୍ଷା କାର୍ଯ୍ୟରେ ମୁତୟନ କରାଯିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଆସନ୍ତା ସପ୍ତାହ ସୁଦ୍ଧା ଶେଷ ପାଞ୍ଚଟି କମ୍ପାନୀ ଜମ୍ମୁ-କଶ୍ମୀରରେ ମୁତୟନ ହେବେ ବୋଲି ସେ କହିଛନ୍ତି। କେନ୍ଦ୍ରୀୟ ସରକାର ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର ୨୫ କମ୍ପାନୀ ଏବଂ ସୀମା ସୁରକ୍ଷା ବଳ (ବିଏସଏଫ) ଟିମ୍‌ଙ୍କୁ ଜମ୍ମୁ-କଶ୍ମୀରକୁ ପଠାଯାଇଛି।

ସୋମବାର ଆତଙ୍କବାଦୀମାନେ ପୁରୁଣା ଶ୍ରୀନଗରର ବୋହରୀ କାଦଲ ଅଞ୍ଚଳରେ ଜଣେ କଶ୍ମୀରୀ ପଣ୍ଡିତଙ୍କ ଦୋକାନର ଜଣେ ବିକ୍ରେତାଙ୍କୁ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି। ଏହି ଘଟଣାର ଗୋଟିଏ ଦିନ ପୂର୍ବରୁ ଶ୍ରୀନଗରର ବାଟମାଲୁ ଅଞ୍ଚଳରେ ଆତଙ୍କବାଦୀମାନେ ଜଣେ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିଲେ।

ଏ ସମ୍ପର୍କରେ ସିଆର୍‌ପିଏଫ୍‌ ପକ୍ଷରୁ କୁହାଯାଇଛି ଯେ, ଜମ୍ମୁ-କଶ୍ମୀରରେ ସାଧାରଣ ନାଗରିକଙ୍କ ହତ୍ୟାକୁ ଦୃଷ୍ଟିରେ ରଖି ଏହି ଅତିରିକ୍ତ କମ୍ପାନୀ ପଠାଯାଇଛି।

ଚଳିତ ବର୍ଷ ଅପରେଶନ୍‌ ଅଲ୍‌ ଆଉଟ୍‌ ସମୟରେ ଏନ୍‌କାଉଣ୍ଟରରେ ୧୧୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ୧୩୫ ଜଣଙ୍କୁ ଗିରଫ କରାଯାଇଥିବା ସିଆର୍‌ପିଏଫ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri