Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ
ବିଭିନ୍ନ ପାରିବାରିକ ସମସ୍ୟା ଓ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ ଦୁର୍ବଳ କରିଦେଇପାରେ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରାରେ ଅସାବଧାନତା କାରଣରୁ କିଛି ହରାଇବାକୁ ପଡ଼ିପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କାମ, ବନ୍ଧୁମାନଙ୍କ ସହ ଆଲୋଚନାରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ବୃଷ
ବୃଷ
ଶାରୀରିକ ଅସୁସ୍ଥତା ସାଙ୍ଗକୁ ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍‌ନା କରିବାକୁ ପଡ଼ିପାରେ। ବନ୍ଧୁମାନେ ସୁଯୋଗକୁ ନିଜର ସ୍ବାର୍ଥ ସାଧନ ଦିଗରେ ଲଗାଇପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ତିକ୍ତତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନ୍ତ୍ରିକ ଜିନିଷ, ଯାନବାହନ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ଆଜି ପ୍ରତ୍ୟକ ସ୍ତରରେ ଭାବିଚିନ୍ତି କାମ କରିବା ଭଲ। କର୍ମକ୍ଷେତ୍ରରେ ଜିଦ୍‌ରେ ରହିବା କାରଣରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଚୁକ୍ତିପତ୍ର, ଜମିଜମା, ଆନୁଷ୍ଠାନିକ କାମରେ ବ୍ୟତିକ୍ରମକୁ ଦେଖି ମାନସିକ ଆଘାତ ପାଇପାରନ୍ତି। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ସମ୍ପର୍କୀୟ ଜଣେ ସାହାଯ୍ୟ ଦେବା ପାଇଁ ଅନୁରୋଧ କରିବେ।
କର୍କଟ
କର୍କଟ
ପାରିବାରିକ କ୍ଷେତ୍ରକୁ ବିପଦସଂକୁଳ କରିପାରନ୍ତି। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରକାଶନ, ପ୍ରଶାସନ, ସାମ୍ବାଦିକତା ଓ ନିର୍ମାଣ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ସ୍ବାସ୍ଥ୍ୟ ସମସ୍ୟା, ଅଭିମାନ କରିଥିବା ସନ୍ତାନ ସକାଶେ ସାମୟିକ ମନରେ ଭାବାନ୍ତର ସୃଷ୍ଟି ହେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ। ବ୍ୟବସାୟିକ କ୍ଷେତ୍ର ଓ ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ଗଠନମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକସଂପର୍କ ବୃଦ୍ଧି ପାଇବ। ଆପଣଙ୍କ କାର୍ଯ୍ୟଦକ୍ଷତା ଓ କଥନଶୈଳୀରୁ ପ୍ରଶଂସିତ ହେବେ। ସଭାସମିତିରେ ତଥା ଆଲୋଚନା କ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ଆତ୍ମୀୟଙ୍କ ସହଯୋଗରୁ ସମାଧାନର ସରଳସୂତ୍ର ବାହାର କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ କିନ୍ତୁ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ମାଲିମକଦ୍ଦମା, ଜମିଜମା ସମସ୍ୟା ସମାଧାନ ଦିଗକୁ ମୁହାଁଇପାରେ।
ବିଛା
ବିଛା
ସତର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବୈବାହିକ କର୍ମ ସମ୍ପାଦନ ପାଇଁ ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା କରିପାରନ୍ତି। ବିଭିନ୍ନ ପ୍ରକାର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଦୀର୍ଘଦିନ ପରେ ଆଜି ଶାରୀରିକ ସୁସ୍ଥତା ଫେରିପାଇବେ।
ମକର
ମକର
ବିଭିନ୍ନ ଦିଗରୁ ମାନସିକ ଚାପ ଓ ପ୍ରତିବନ୍ଧକର ସାମ୍‌ନା କରି କାମ ହାସଲ କରିବାକୁ ପଡ଼ିବ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ବିସ୍ଫୋରକ ସ୍ଥିତି ସୃଷ୍ଟି କରିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅଳ୍ପ ସମୟ ମଧ୍ୟରେ ଦୂରେଇଯିବ। ଆତ୍ମୀୟମାନଙ୍କ ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ସୃଷ୍ଟି ହେବ। ଅଭିମାନ କରି ରହିଥିବା ବନ୍ଧୁଙ୍କୁ ମନବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ପାଇ ମନ ଖୁସି ହୋଇଯିବ। ରାଜନୀତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।
ମୀନମୀନ
ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri