‘ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ପ୍ରଥମ’

ଜଗତ୍‌ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍‌ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ ଗୁରୁବାର ଅତିଥିମାନେ ଏହା କହିଛନ୍ତି। ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିବାର ସୌଭାଗ୍ୟ ହାସଲ କରିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ବୀରକିଶୋର ପରିଡାଙ୍କ ପୌରୋହିତ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଯୋଗ ଦେଇଥିଲେ। ସେ କହିଥିଲେ, ଜିଲାରେ ପ୍ରାଣୀଧନ ନିରୀକ୍ଷକ ପଦବୀ ପୂରଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗୋମାତାଙ୍କୁ ସୁଖ ଓ ସମୃଦ୍ଧିର ପ୍ରତୀକ ବୋଲି କହିଥିଲେ। ଅନ୍ୟତମ ସମ୍ମାନିତ ଅତିଥିଭାବେ ଜିଲାପାଳ ପାରୁଲ୍‌ ପଟୱାରି ଯୋଗଦେଇ ଶ୍ରେଷ୍ଠ ଗୋପାଳକମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ଜଗତ୍‌ସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ବିଜୟଲକ୍ଷ୍ମୀ ବେହେରା, କାଳିନ୍ଦୀ ପତି, ଆତ୍ମା କମିଟି ଅଧ୍ୟକ୍ଷ ବାବୁଲି ସାହୁ, ମୃତ୍ୟୁଞ୍ଜୟ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଗୋ ପ୍ରଦର୍ଶନୀ କରାଯାଇ ଶ୍ରେଷ୍ଠ ବିବେଚିତ ଗୋପାଳକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଚାନ୍ଦପୁର ଚାଷୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଅନ୍ନଦା ଦାସ ଧନ୍ୟବାଦ ଦେଇଥିଲେ। ଏହାବାଦ୍‌ କୃଷକ, ବୈଜ୍ଞାନିକଙ୍କୁ ନେଇ ଆଲୋଚନା ଚକ୍ର ଓ ପ୍ରାଣୀ ଚିକିତ୍ସା ଶିବିର ଆୟୋଜିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଆଳିପିଙ୍ଗଳ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଉତ୍କଳିକା ପ୍ରିୟଦର୍ଶିନୀ ପରିଚାଳନା କରିଥିଲେ। ଉପନିର୍ଦ୍ଦେଶକ ଡା. ବିକ୍ରମ କିଶୋର ଆଚାର୍ଯ୍ୟ, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଲୋପାମୁଦ୍ରା ମଲ୍ଲିକ ଓ ଗୁରୁପ୍ରସାଦ ଦାସ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri