କଂଗ୍ରେସର ଧର୍ମଘଟ: ଟାୟାର ଜାଳି ରାସ୍ତା ଅବରୋଧ

ବରଗଡ଼ ଅଫିସ,୧୨ା୧୧: କଂଗ୍ରେସ ପକ୍ଷରୁ ଶୁକ୍ରବାର ଦିଆଯାଇଥିବା ୬ ଘଣ୍ଟିଆ ଧର୍ମଘଟର ପ୍ରଭାବ ବରଗଡ଼ ଜିଲାରେ ପରିଲକ୍ଷିତ ହୋଇଛି। ସକାଳ ୬ଟାରୁ ବରଗଡ଼ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ଦୋକାନ ବଜାର ସ୍ବତଃସ୍ଫୁର୍ତ୍ତ ବନ୍ଦ ରହିଛି। ଅପରପକ୍ଷରେ ବରଗଡ଼ ଗାନ୍ଧୀଛକରେ କଂଗ୍ରେସ କର୍ମୀମାନେ ଟାୟାର ଜାଳି ଓ ବାଇକ ରଖି ରାସ୍ତା ଅବରୋଧ କରିଛନ୍ତି। କଲାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷା ମମିତା ମେହେର ଅପହରଣ, ହତ୍ୟା ମାମଲାର ସିବିଆଇ ତଦନ୍ତ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଏବଂ ବରଗଡ଼ ପୋଲିସ ହେପାଜତରେ ଥିବାବେଳେ ଗୋବିନ୍ଦ କୁମ୍ଭାରଙ୍କ ମୃତ୍ୟୁ ଘଟଣାରେ ଦୋଷୀ ପୋଲିସ କର୍ମଚାରୀଙ୍କୁ ଗିରଫ ଦାବିରେ କଂଗ୍ରେସ ବରଗଡ଼ ଜିଲାରେ ଏହି ଆନ୍ଦୋଳନ କରୁଛି। ଆନ୍ଦୋଳନ ଯୋଗୁ ଜୀବନଯାତ୍ରା ବ୍ୟାହତ ହେବା ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। ଜିଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦ, ଉପସଭାପତି ପାଣ୍ଡବ କର୍ଣ୍ଣ, ନିପନ କୁମାର ଦାଶ, ପ୍ରତାପ ନାୟକ ପ୍ରମୁଖ ଏହାର ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri