Posted inଖେଳ

ଏମିତି ବି ଆସେ ମୃତ୍ୟୁ, ଫଟୋ ଦେଖିଲେ ଆଖିରେ ଆସିଯିବ ଲୁହ

ଭୋପାଳ,୧୨।୧୧: ମଧ୍ୟପ୍ରଦେଶର ସାଗର ଜିଲାରେ ଫୁଟପାଥରେ ବେଲଣା କାଠି ବିକ୍ରି କରୁଥିବା ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ବିକ୍ରି କରୁଥିବା ଅବସ୍ଥାରେ ସେ ଟଳିପଡିଥିଲେ। ଏଭଳି ହୃଦୟ ବିଦାରକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧଙ୍କ ପରିବାର ଦାରିଦ୍ର୍ୟ ସହ ସଂଘର୍ଷ କରୁଥିଲେ। ଏହି କାରଣରୁ, ୮୦ ବର୍ଷ ବୟସରେ ମଧ୍ୟ ବୃଦ୍ଧଙ୍କୁ ବଜାରରେ ବେଲଣା କାଠି ବିକ୍ରି କରିବାକୁ ପଡୁଥିଲା।
ମିଳିଥିବା ସୂଚନା ଅନୁଯାୟୀ ମୃତକଙ୍କ ନାମ ୮୦ ବର୍ଷିୟ ଚନ୍ଦନଲାଲ ରାୟ। ସେ କିର୍ତ୍ତୀ ଷ୍ଟାମ୍ବ ନିକଟ ତୁଳସୀ ନଗରରେ ରୁହନ୍ତି। ସବୁଥର ପରି ବୃଦ୍ଧ ଜଣକ ବେଲଣା କାଠି ବିକ୍ରୟ କରିବାକୁ ଯାଇଥିଲେ। ହଠାତ୍‌ ଚନ୍ଦନଲାଲଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଗଲା। ତା’ପରେ ସେ ପଛରେ ପାର୍କିଂ ହୋଇଥିବା ମୋଟରସାଇକେଲ ସାହାଯ୍ୟରେ ରାସ୍ତାରେ ବସିଥିଲେ। ଏହି ସମୟ ମଧ୍ୟରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁର କିଛି ସମୟ ପୂର୍ବରୁ ବୃଦ୍ଧ ଜଣକ ସାମଗ୍ରୀ ବିକ୍ରି କରୁଥିବା ଦେଖାଯାଇଥିଲା। ଏହି ଘଟଣାର ଭିଡିଓ ଭାଇରାଲ ହୋଇଛି। କୁହାଯାଏ ଚନ୍ଦନଲାଲଙ୍କର ଚାରି ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି। ତିନି ପୁଅ କାମ କରନ୍ତ। ଝିଅ ବିବାହିତ ଥିବାବେଳେ ଚାରି ପୁଅ ଅବିବାହିତ ଅଛନ୍ତି। ୭୦ବର୍ଷିୟା ସ୍ତ୍ରୀ ସିଆରାନି ମଧ୍ୟ ଅସୁସ୍ଥ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri