୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)

କୋଭିଡ୍‌ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ଏହି ସଫଳତା ପାଇଁ ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଓ ରାଜ୍ୟବାସୀଙ୍କୁ ବିଭାଗ ଧନ୍ୟବାଦ ଜଣାଇଛି। ସେପଟେ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ଡିସେମ୍ବର ସୁଦ୍ଧା ପ୍ରଥମ ଡୋଜ୍‌ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଅତିରିକ୍ତ ଟିକାକରଣ କେନ୍ଦ୍ର ଖୋଲାଯାଇଛି। ରାଜ୍ୟରେ ଏବେ ୨୪ଶହ କେନ୍ଦ୍ରରେ ଟିକାକରଣ କରାଯାଉଛି। ଯେଉଁ ଗାଁରେ ୧୦୦ରୁ ଅଧିକ ଟିକା ନେଇ ନ ଥିବା ଲୋକ ଅଛନ୍ତି, ସେଠାରେ କେନ୍ଦ୍ର ଖୋଲାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪ କୋଟି ୭୧ ହଜାର ୨୧୧ ଡୋଜ୍‌ ଟିକାକରଣ ହୋଇଛି। ପ୍ରଥମ ଡୋଜ୍‌ ୨ କୋଟି ୬୭ ଲକ୍ଷ ୨୫ ହଜାର ୩୮୮ ଏବଂ ଦ୍ୱିତୀୟ ଡୋଜ୍‌ ୧ କୋଟି ୩୩ ଲକ୍ଷ ୪୫ ହଜାର ୮୨୩ ହୋଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୪୧ ଲକ୍ଷ ୨ହଜାର ୧୨୧ ଏବଂ ଦେବଗଡ଼ରେ ସର୍ବନିମ୍ନ ୩ଲକ୍ଷ ୩ହଜାର ୪୪୯ ଟିକାକରଣ ହୋଇଛି। ‘ହର୍‌ ଘର୍‌ ଦସ୍ତକ’ ବା ‘ଘରୁ ଘର ବୁଲି ଟିକାକରଣ’ ଆରମ୍ଭ ହେବା ପରେ ଟିକାକରଣ ବଢ଼ିଥିବା ଡା. ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଥିଲେ ମଧ୍ୟ ଆମ ଦେଶରେ ବଢ଼ିନାହିଁ। ତେଣୁ ଆମକୁ ସତର୍କ ରହିବାକୁ ପଡ଼ିବ।
ସେହିପରି ରାଜ୍ୟରେ ସ୍ଥିତି ଭଲ ଅଛି। କରୋନା ସ୍ଥିତି ନୂଆ ହୋଇଥିବାରୁ ବୁଷ୍ଟର ଡୋଜ୍‌ ନେଇ ତର୍ଜମା ଚାଲିଛି। ଟେକ୍ନିକାଲ ବଡିି କହିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ହେବ। ତା’ ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୪ଜଣ ୧୮ବର୍ଷରୁ କମ୍‌ ବୟସ୍କ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ପଜିଟିଭ୍‌ ସଂଖ୍ୟା ୧୦,୪୪,୯୬୨ରେ ପହଞ୍ଚତ୍ଛି। ରାଜ୍ୟରେ ଜଣେ ୧୩ବର୍ଷୀୟ ପିଲା କରୋନାରେ ପ୍ରାଣ ହରାଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଶୁକ୍ରବାର କରୋନାରେ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୨ ଓ ମୟୂରଭଞ୍ଜରୁ ଜଣେ ରହିଛନ୍ତି। ମୟୂରଭଞ୍ଜର ମୃତକ ଜଣଙ୍କ ୧୩ବର୍ଷୀୟ ନାବାଳକ, ଯିଏକି ଅନ୍ୟ କୌଣସି ରୋଗରେ ପୀଡ଼ିତ ନ ଥିଲେ। କେବଳ କରୋନାରେ ପୀଡ଼ିତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୩୭୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri