୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନର ପୂର୍ବ ଏସ୍‌ଓପି ଅନୁଯାୟୀ ପ୍ରତି ରବିବାର ଭଳି ୧୪ ତାରିଖ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଏହିଦିନ ଶ୍ରୀମନ୍ଦିର ପରିସର ଓ ବାହାର ଅଞ୍ଚଳ ବିଶୋଧନ କରାଯିବ। ସେହିପରି ୧୫ ତାରିଖରେ ବଡ଼ ଏକାଦଶୀ ପଡୁଥିବାରୁ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ସେହିପରି ୧୯ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଦିନ ମଧ୍ୟ ସାଧାରଣ ଦର୍ଶନ ବନ୍ଦ ରହିବ। ଉକ୍ତ ଦୁଇଦିନ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ କରୋନା କଟକଣା ଦୃଷ୍ଟିରୁ ଭିଡ଼ ଏଡ଼ାଇବା ପାଇଁ ସାଧାରଣ ଦର୍ଶନ ବନ୍ଦ ରଖାଯିବ। ଚଳିତବର୍ଷ ମହାପ୍ରଭୁଙ୍କ ନାର୍ଗାଜୁନ ବେଶ ପଡୁଥିବା ବିଭିନ୍ନ କ୍ୟାଲେଣ୍ଡରରେ ସୂଚନା ଦିଆଯାଇଛି, ଯାହାକୁ ନେଇ ଭକ୍ତମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ମାତ୍ର ଚଳିତ ବର୍ଷ ନାଗାର୍ଜୁନ ବେଶ ପଡ଼ୁ ନ ଥିବା ଗବେଷକମାନେ ମତ ଦେଇଛନ୍ତି। ପୂର୍ବରୁ ମଧ୍ୟ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ପରମ୍ପରା ଅନୁଯାୟୀ ପଞ୍ଚକ ପାଞ୍ଚ ଦିନରେ ମହାପ୍ରଭୁଙ୍କର ବେଶ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri