୨୦ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କଲା ପାକିସ୍ତାନ

ଇସଲାମାବାଦ୍‌,୧୪।୧୧: ପାକିସ୍ତାନୀ ଜଳରାଶିରେ ବେଆଇନ ଭାବେ ମାଛ ଧରିବା ଅଭିଯୋଗରେ ୨୦ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନର ଲ୍ୟାଣ୍ଡି ଜିଲା ଜେଲରୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା ମତ୍ସ୍ୟଜୀବୀଙ୍କୁ ସୋମବାର ୱାଘା ସୀମାକୁ ଅଣାଯିବ ଏବଂ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ଲ୍ୟାଣ୍ଡି ଜେଲ ଅଧୀକ୍ଷକ ଇରଶାଦ ଶାହା କହିଛନ୍ତି, ଭାରତୀୟ କର୍ତ୍ତୃପକ୍ଷ ମତ୍ସ୍ୟଜୀବୀଙ୍କ ଜାତୀୟତା ନିଶ୍ଚିତ କରିବା ପରେ ସେମାନଙ୍କୁ ସଦ୍‌ଭାବନା ଭାବରେ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା ଅଧିକାଂଶ ମତ୍ସ୍ୟଜୀବୀ ଗୁଜୁରାଟର ବୋଲି ଜଣାପଡିଛି।
ଏହି ମତ୍ସ୍ୟଜୀବୀମାନେ ଚାରି ବର୍ଷ ହେବ ପାକିସ୍ତାନ ଜେଲରେ ଥିଲେ। ଅଣ-ଲାଭ ସାମାଜିକ କଲ୍ୟାଣ ସଂଗଠନ ଏଡି ଟ୍ରଷ୍ଟ ଫାଉଣ୍ଡେସନ ମତ୍ସ୍ୟଜୀବୀମାନଙ୍କୁ ଲାହୋରର ୱାଘା ସୀମାକୁ ନିଆଯିବା ପାଇଁ ବ୍ୟବସ୍ଥା କରିଥିଲା। ଏଠାରୁ ସେମାନଙ୍କୁ ସୋମବାର ଦିନ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ଏବେ ବି ୫୮୮ ଜଣ ଭାରତୀୟ ନାଗରିକ ଲ୍ୟାଣ୍ଡି ଜେଲରେ ରହିଛନ୍ତି, ସେମାନଙ୍କ ମଧ୍ୟରୁ ଅଧିକାଂଶ ମତ୍ସ୍ୟଜୀବୀ।
ଖବର ଅନୁଯାୟୀ, କୁଚ ଉପକୂଳରୁ ଆରବ ସାଗରର ଅନ୍ତର୍ଜାତୀୟ ସାମୁଦ୍ରିକ ସୀମା ରେଖା (ଆଇଏମ୍‌ବିଏଲ) ପାର ହୋଇ ପାକିସ୍ତାନର ଅଞ୍ଚଳରେ ପ୍ରବେଶ କରିଥିବା ଅଭିଯୋଗରେ ପାକିସ୍ତାନର ସାମୁଦ୍ରିକ ସୁରକ୍ଷା ଏଜେନ୍ସି (ପିଏମଏସଏ) ଦ୍ୱାରା ସମସ୍ତଙ୍କୁ ଗିରଫ କରାଯାଇଥିଲା। ଏହିପରି ପ୍ରାୟ ୬୦୦ ମତ୍ସ୍ୟଜୀବୀ ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri