ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ ରବିବାର ପାଳନ କରାଯାଇଥିଲା। ଏହି ଅବସରରେ ସଂସଦରେ ଆୟୋଜିତ ପାରମ୍ପରିକ କାର୍ଯ୍ୟକ୍ରମରେ ରାଜ୍ୟ ସଭା ବାଚସ୍ପତି ଭେଙ୍କେୟା ନାଇଡୁ, ଲୋକ ସଭା ବାଚସ୍ପତି ଓମ ବିର୍ଲା ଏବଂ ଅନ୍ୟ ମନ୍ତ୍ରୀମାନେ ଅଂଶଗ୍ରହଣ କରି ନ ଥିଲେ। କଂଗ୍ରେସ ସେମାନଙ୍କ ଅନୁପସ୍ଥିତିରେ ଆପତ୍ତି ଉଠାଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ସମେତ ଅନେକ ଦଳର ନେତା ଯୋଗ ଦେଇଥିଲେ।
ରାଜ୍ୟ ସଭାରେ କଂଗ୍ରେସ ମୁଖ୍ୟ ହ୍ବିପ ଜୟରାମ ରମେଶ ଟୁଇଟରରେ ଲେଖିଛନ୍ତି,‘ଯେଉଁମାନଙ୍କର ଫଟୋଗ୍ରାଫ ସେଣ୍ଟ୍ରାଲ ହଲ୍ରେ ରଖାଯାଇଛି ସେମାନଙ୍କର ଜନ୍ମ ବାର୍ଷିକୀ ପାଳନ ପାଇଁ ଆୟୋଜିତ ପାରମ୍ପରିକ କାର୍ଯ୍ୟକ୍ରମରେ, ସଂସଦରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ଲୋକ ସଭା ବାଚସ୍ପତି ଅନୁପସ୍ଥିତ ରହିଲେ। ରାଜ୍ୟ ସଭା ଅଧ୍ୟକ୍ଷ ଅନୁପସ୍ଥିତ ରହିଲେ। ସେଠାରେ କୌଣସି ମନ୍ତ୍ରୀ ଉପସ୍ଥିତ ନ ଥିଲେ। ଏହାଠାରୁ ଅଧିକ ଘୃଣ୍ୟ କିଛି ହୋଇପାରେ କି?
ଜୟରାମ ରମେଶଙ୍କ ଏହି ଟୁଇଟକୁ ଉଲ୍ଲେଖ କରି ତୃଣମୂଳ କଂଗ୍ରେସ ନେତା ଡେରେକ ଓ’ବ୍ରାଇନ ମଧ୍ୟ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଏହାର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ କରିଛନ୍ତି। ସେ ତାଙ୍କର ଏକ ଟୁଇଟ୍ରେ ଲେଖିଛନ୍ତି, ମୋତେ ଆଉ ଆଶ୍ଚର୍ଯ୍ୟ ଲାଗୁନାହିଁ। ଏହି ବ୍ୟବସ୍ଥା (କେନ୍ଦ୍ର ସରକାର) ସଂସଦ ସମେତ ଦେଶର କିଛି ମହାନ ଅନୁଷ୍ଠାନକୁ ପ୍ରତିଦିନ ନଷ୍ଟ କରୁଛି।
ନେହେରୁଙ୍କ ଜନ୍ମଦିନ ପାଳନ ପାଇଁ ସଂସଦକୁ ଆସିଲେ ନାହିଁ ବାଚସ୍ପତି, ଉପରାଷ୍ଟ୍ରପତି: ଆପତ୍ତି ଉଠାଇଲା କଂଗ୍ରେସ
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
Archives


