ଅପହୃତ ଜୁନିୟର ଇଞ୍ଜିନିୟରଙ୍କୁ ଜଙ୍ଗଲରେ ଖୋଜୁଛନ୍ତି ସ୍ତ୍ରୀ

ମାଲକାନଗିରି,୧୪ା୧୧(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଅପହରଣ କରିନେଇଛନ୍ତି। ତାଙ୍କୁ ଉଦ୍ଧାର କରିବାରେ ପୋଲିସ ପ୍ରଶାସନ ଫେଲ୍‌ ମାରିବା ପରେ ସ୍ବାମୀଙ୍କୁ ମାଓବାଦୀଙ୍କ କବଳରୁ ମୁକୁଳାଇବା ପାଇଁ ଜଙ୍ଗଲ ଅଭିମୁଖେ ସାଙ୍ଗରେ ଛୋଟ ପୁଅକୁ ଧରି ବାହାରିଛନ୍ତି ସ୍ତ୍ରୀ ା

ଖବରରୁ ଜଣାପଡିଛି, ବିଜାପୁର ଜିଲାର ମନକେଲି ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ତଦାରଖ ଲାଗି କନିଷ୍ଠ ଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କ ସହ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଲକ୍ଷ୍ମଣ ପିତାଗିରି ଯାଇଥିଲେ। ସେହି ଅଞ୍ଚଳରୁ ମାଓବାଦୀମାନେ ଏହି ଦୁଇ କର୍ମଚାରୀଙ୍କୁ ଗୁରୁବାର ଅପହରଣ କରି ନେଇଥିଲେ। ପରବର୍ତ୍ତୀ ସମୟରେ ଏକ ପ୍ରଜାକୋର୍ଟ କରି ଲକ୍ଷ୍ମଣଙ୍କୁ ମାଓବାଦୀମାନେ ଛାଡି ଦେଇଥିବା ବେଳେ କନିଷ୍ଠ ଯନ୍ତ୍ରୀ ଲାକ୍ରାଙ୍କୁ ଛାଡି ନ ଥିଲେ। ଦୁଇଦିନ ବିତି ଯାଇଥିଲେ ମଧ୍ୟ ଏ ଦିଗରେ କେବଳ ରାସ୍ତା ବିଭାଗ କର୍ମଚାରୀମାନେ ତପତ୍ରତା ଦେଖାଉଥିବା ବେଳେ ପୋଲିସ ପ୍ରଶାସନ ଓ ଜିଲା ପ୍ରଶାସନ କୌଣସି ତପତ୍ରତା ଦେଖାଉ ନ ଥିବା ଅଭିଯୋଗ ହୋଇଛି। ଏହାକୁ ଦୃଷ୍ଟିରେ ରଖି କନିଷ୍ଠ ଯନ୍ତ୍ରୀଙ୍କ ସ୍ତ୍ରୀ ଅର୍ପିତା ଲାକ୍ରା ତାଙ୍କ ତିନିବର୍ଷର ଶିଶୁକୁ କୋଳରେ ଧରି ସ୍ବାମୀଙ୍କ ସନ୍ଧାନରେ ଜଙ୍ଗଲ ଅଭିମୁଖେ ବାହାରିଛନ୍ତି। ମାଓବାଦୀଙ୍କ ନିକଟରେ ସ୍ବାମୀଙ୍କ ସିନ୍ଦୂର ଭିକ୍ଷା କରି ତାଙ୍କୁ ମୁକୁଳାଇ ଆଣିବାକୁ ସେ ପ୍ରୟାସ ଜାରି ରଖିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଜଣେ ସିଆର୍‌ପିଏଫ୍‌ ଯବାନ ରାକେଶ ସିଂ ମନହରଙ୍କୁ ଏବଂ ସୁକୁମା ଜିଲାପାଳ ଏଲ.ଏକ୍ସ ପଲ୍‌ ମେନନଙ୍କୁ ମଧ୍ୟ ମାଓବାଦୀମାନେ ଅପହରଣ କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri