Posted inଖେଳ

ପାକିସ୍ତାନ ଅଭିନେତ୍ରୀଙ୍କ ସହ ରୋମାଣ୍ଟିକ ହେଲେ ଭାରତର ଜ୍ୱାଇଁ: ସାନିଆଙ୍କୁ ସତର୍କ ରହିବାକୁ ପ୍ରଶଂସକ ଦେଲେ ପରାମର୍ଶ

ଦୁବାଇ,୧୫।୧୧: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶୋଏବ ମଲିକ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ପାକିସ୍ତାନୀ ଅଭିନେତ୍ରୀ ଆୟେଶା ଉମରଙ୍କ ସହ ତାଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଆୟେଶା ଏହି ଫଟୋଗୁଡ଼ିକୁ ଶୋଏବଙ୍କ ସହ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ତାଙ୍କ ଦ୍ୱାରା ଫଟୋ ଶେୟାର କରିବା ପରେ ପ୍ରଶଂସକଙ୍କଠାରୁ ଜବରଦସ୍ତ ପ୍ରତିକ୍ରିୟା ଆସିଛି। ଏହା ପରେ ଅନେକ ପ୍ରଶଂସକ ସାନିଆଙ୍କୁ ସତର୍କ ରହିବାକୁ ପରାମର୍ଶ ଦେବା ଆରମ୍ଭ କରିଥିବାବେଳେ କେତେକ କହିଛନ୍ତି ଯେ ଶୋଏବ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାକୁ ପ୍ରସ୍ତୁତ ହେଉଛନ୍ତି୧
ଭାଇରାଲ ହୋଇଥିବା ଫଟୋରେ ଶୋଏବ ମଲିକ ଅଭିନେତ୍ରୀ ଆୟେଶା ଉମରଙ୍କ ସହ ସୁଇମିଂ ପୁଲରେ ନଜର ଆସିଛନ୍ତି। ଉଭୟଙ୍କୁ ଫଟୋରେ ରୋମାଣ୍ଟିକ ଅନ୍ଦାଜରେ ଦେଖିବାକୁ ମିଳିଛି। ଏହି ଗ୍ଲାମରସ ଫଟୋ ଭାଇରାଲ ହେବା ପରେ ଶୋଏବ ମଲିକ ତାଙ୍କ ସ୍ତ୍ରୀ ସାନିଆ ମିର୍ଜାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଉଠିଛି। ଶୋଏବଙ୍କ ସହ ଆୟେଶାଙ୍କ ଘନିଷ୍ଠତା ଦେଖି କିଛି ପ୍ରଶଂସକ ସାନିଆଙ୍କୁ ମଲିକଠାରୁ ଦୂରେଇ ଯିବାକୁ କହିଛନ୍ତି। କେତେକ ପ୍ରଶଂସକ ସାନିଆଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଟି -୨୦ ବିଶ୍ୱକପରେ ସ୍କଟଲ୍ୟାଣ୍ଡ ବିପକ୍ଷରେ ପାକିସ୍ତାନର ବିଜୟ ପରେ ଆୟେଶା ଏହି ଫଟୋଗୁଡ଼ିକୁ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।
ଶୋଏବ ମଲିକ ଏବଂ ଆୟେଶା ଉମରଙ୍କ ଏହି ଭାଇରାଲ ଫଟୋଗୁଡ଼ିକ ପ୍ରାୟ ଏକ ମାସ ପୂର୍ବର ବୋଲି କୁହାଯାଇଛି। ଏକ ସ୍ଥାନୀୟ ପତ୍ରିକା ପାଇଁ ଏହା ଶୁଟ କରାଯାଇଥିଲା। ଶୋଏବ ଏବଂ ଆୟେଶା ଏହି ପତ୍ରିକା ପାଇଁ ବିଭିନ୍ନ ଶୈଳୀରେ ପୋଜ କରିଥିଲେ। ଏହି ଫଟୋଗୁଡ଼ିକ ମଧ୍ୟରୁ ଅଧିକାଂଶ ପାକିସ୍ତାନୀ ଅଭିନେତ୍ରୀ ନିଜେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।
ପ୍ରଶଂସକଙ୍କ ଦ୍ୱାରା ଆଲୋଚନା ହେବା ପରେ ଆୟେଶା ନୀରବତା ଭାଙ୍ଗିଛନ୍ତି। ସେ କହିଛନ୍ତି, ଶୋଏବ ଜଣେ ବିବାହିତ ପୁରୁଷ, ସେ ତାଙ୍କ ସ୍ତ୍ରୀ ସାନିଆଙ୍କ ସହ ବହୁତ ଖୁସି, ଉଭୟଙ୍କ ପ୍ରତି ମୋର ବହୁତ ସମ୍ମାନ ଅଛି। ଭଲ ବନ୍ଧୁ ହେବା ବ୍ୟତୀତ, ଆମେ ଦୁହେଁ ପରସ୍ପରର ଶୁଭେଚ୍ଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri