Posted inଫୁରସତ

ଶାନ୍ତି ପାଇଁ ସହନଶୀଳତା ଅପରିହାର୍ଯ୍ୟ

ପୃଥିବୀର ବିଭିନ୍ନ ରାଷ୍ଟ୍ର ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ପାଇଁ ସହନଶୀଳତା ଅପରିହାର୍ଯ୍ୟ। ସହନଶୀଳତା ଦ୍ୱାରା ଦୁଇପକ୍ଷ ଅବା ଭିନ୍ନ ଭିନ୍ନ ଗୋଷ୍ଠୀ ମଧ୍ୟରେ ସମନ୍ବୟ ସୃଷ୍ଟି ହୁଏ। ଅପରପକ୍ଷରେ ଅସହିଷ୍ଣୁତା ବିପଦକୁ ଟାଣି ଆଣେ। ତେଣୁ ପୃଥିବୀରେ ଶାନ୍ତିର ମାର୍ଗକୁ ପ୍ରଶସ୍ତ କରିବା ଲାଗି ସହନଶୀଳତା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ନଭେମ୍ବର ୧୬ରେ ଅନ୍ତର୍ଜାତୀୟ ସହନଶୀଳତା ଦିବସ ପାଳନ କରାଯାଉଛି।
ଅସହିଷ୍ଣୁତାର ବିପଦ ବିଷୟରେ ସଚେତନତା ସୃଷ୍ଟି ଲାଗି ୟୁନେସ୍କୋ ପକ୍ଷରୁ ୧୯୯୫ରେ ପଦକ୍ଷେପ ନିଆଯାଇଥିଲା। ଏଥି ସହିତ ନଭେମ୍ବର ୧୬ରେ ଅନ୍ତର୍ଜାତୀୟ ସହନଶୀଳତା ଦିବସ ପାଳନ ଲାଗି ନିଷ୍ପତ୍ତି ହୋଇଥିଲା। ତେବେ ପ୍ରତିବର୍ଷ ଏହି ଦିବସ ଅବସରରେ ସମ୍ମିଳନୀ ଏବଂ ଉତ୍ସବର ଆୟୋଜନ କରାଯାଏ। ଶାନ୍ତି, ସହନଶୀଳତା, ମିଥ୍ୟା ଖବର, ଅନଲାଇନ ସୁରକ୍ଷା ଏବଂ ଘୃଣା ଭଳି ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରାଯାଇ ଏହାର ନିରାକରଣ କ୍ଷେତ୍ରରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରାଯାଇଥାଏ। ସହନଶୀଳତାକୁ ଏକ ଉତ୍ତମ ଗୁଣ ଭାବେ ବିବେଚନା କରାଯାଏ। କାରଣ ଏହା ଭଲ ଜିନିଷଗୁଡ଼ିକୁ ଗ୍ରହଣ କରିବା ବିଷୟରେ ଚିନ୍ତା କରେ।
ସହନଶୀଳତା ଦ୍ୱାରା ବିବାଦୀୟ ପ୍ରସଙ୍ଗର ସହଜ ସମାଧାନ ପଥ ସୃଷ୍ଟି ହୋଇଥାଏ। ତେଣୁ ଏହି ଦିବସରେ ସଭିଏ ସଚେତନ ହେଲେ ମନରୁ ଅସହିଷ୍ଣୁତା ଦୂର ହୋଇ ସହନଶୀଳ ମନୋଭାବର ପରିପ୍ରକାଶ ସହଜ ହୁଏ ବୋଲି ୟୁନେସ୍କୋ ପକ୍ଷରୁ ସୂଚିତ କରାଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri