ପ୍ରକଳ୍ପ କାମର ପୂର୍ଣ୍ଣାଙ୍ଗ ରିପୋର୍ଟ ୭ ଦିନରେ ଦିଅ: ମୁଖ୍ୟ ସଚିବ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ପୁରୀ ଓ ଗଞ୍ଜାମ ଜିଲାର ବୃହତ୍‌ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ନେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ରହ୍ମଗିରି ବ୍ଲକ ରାୟବିଧାରପୁର ପଞ୍ଚାୟତ ସ୍ଥିତ ଭଣ୍ଡାରୀକୁଦାଠାରେ ଥିବା ୫୯ ଗ୍ରାମକୁ ଯୋଗାଇବାକୁ ଥିବା ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟ ଶୀଘ୍ର ପୂର୍ଣ୍ଣାଙ୍ଗ କରିବା ଉପରେ ଦାସବର୍ମା ଗୁରୁତ୍ୱାରୋପ କରିଛନ୍ତି। ସେହିପରି ବ୍ରହ୍ମଗିରି ବ୍ଲକର ୬୯ ଗ୍ରାମ, କୃଷ୍ଣପ୍ରସାଦ ବ୍ଲକର ୩୦, ଗଞ୍ଜାମ ଜିଲା ଏବଂ ବ୍ରହ୍ମଗିରି ନିର୍ବାଚନୀମଣ୍ଡଳୀ ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକର ୯୨ ଗ୍ରାମକୁ ରାଜ୍ୟ ସରକାର ମଞ୍ଜୁର କରିଥିବା ଭୂତଳ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟ ଅଧିକ ତ୍ୱରାନ୍ବିତ କରିବା ପାଇଁ ବୈଠକରେ ସେ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଓ ଗଞ୍ଜାମ ଜିଲା ଅନ୍ତର୍ଗତ ସମ୍ପୃକ୍ତ ଅଞ୍ଚଳକୁ ଗସ୍ତ କରି ଏର ପୂର୍ଣ୍ଣାଙ୍ଗ ରିପୋର୍ଟ ୭ଦିନ ମଧ୍ୟରେ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୯୨ କୋଟି ଟଙ୍କା ବ୍ୟୟ ଅଟକଳରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁରୀ ସଦର ବ୍ଲକର ୧୧ ପଞ୍ଚାୟତର ବୃହତ ପାନୟ ଜଳ ପ୍ରକଳ୍ପର କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ଉପରେ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି। ବୈଠକରେ ପଞ୍ଚାୟତିରାଜ ସଚିବ ଅଶୋକ କୁମାର ମୀନାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri