ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହୀରାକୁଦ ନଦୀବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାର ବିସ୍ଥାପିତ ହୋଇଥିବା ୨୦୦୦ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି।
ଏଥିସହିତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବାବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଝାରସୁଗୁଡ଼ା ଓ ବ୍ରଜରାଜନଗର ପାଇଁ ଦୁଇଟି ଜଳ ବିଶୋଧନ ପ୍ଲାଣ୍ଟର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏହାଦ୍ୱାରା ଏହି ୨ ସହରର ଲୋକମାନେ ବିଶୁଦ୍ଧ ପିଇବା ପାଣି ପାଇ ପାରିବେ। ଝାରସୁଗୁଡ଼ା ଜିଲାର ସବୁ ଗଁା ଓ ସବୁ ସହରକୁ ପିଇବା ପାଣି ଯୋଗାଇ ଦେବା ପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ୨୦୨୨ ଜୁନ୍‌ ସୁଦ୍ଧା ଜିଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ। ଜିଲାର ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାର୍ବତୀ ଗିରି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପରେ ୧ ହଜାର ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଦିଆଯାଇଛି। ଏଥିସହିତ ଜିଲାରେ ସବୁ ଅଞ୍ଚଳକୁ ଜଳସେଚନର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ୍‌ ଶୀଘ୍ର ପୂରଣ ହେବ। ସେହିପରି ଝାରସୁଗୁଡ଼ାରେ ୧୦୦ ଶଯ୍ୟା ବିଶିଷ୍ଟ ହୃଦ୍‌ରୋଗ ଚିକିତ୍ସାଳୟର ନିର୍ମାଣ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି। ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ଲୋକମାନଙ୍କୁ ଉନ୍ନତମାନର ଚିକିତ୍ସା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲଥ୍‌ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ, ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ। ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡ଼ା ଜିଲାର ବିକାଶ ଉପରେ ଆଲୋକପାତ କରିଥିଲେ। ମନ୍ତ୍ରୀ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri