ନନ୍ଦନକାନନରେ ଚାଲିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୧୭।୧୧(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କର ଅନ୍ୟତମ ଆକର୍ଷଣ ଶିଶୁ ରେଳଗାଡ଼ି ମଙ୍ଗଳବାରଠାରୁ ବିଧିବଦ୍ଧଭାବେ ଚାଲିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ସେମାନଙ୍କୁ ସୁଲଭ ମୂଲ୍ୟ ଓ ସୁବିଧାରେ ନନ୍ଦନକାନନ ବୁଲିବା ସୁଯୋଗ ଦେବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ କରାଯାଇଛି। ଏହି ଶିଶୁରେଳଗାଡିରେ ବୁଲିବାକୁ ହେଲେ ଜଣେ ଶିଶୁ ପର୍ଯ୍ୟଟକଙ୍କୁ ୩୦ଟଙ୍କା ଓ ବୟସ୍କ ପର୍ଯ୍ୟଟକ ଜଣକ ପିଛା ୫୦ଟଙ୍କା ଟିକେଟ ବାବଦରେ ଦେବାକୁ ପଡ଼ିବ। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଦିନକୁ ୬ ଟ୍ରିପ କରିବା ସହିତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଶିଶୁ ରେଳଗାଡ଼ି ଚାଲିବ। ଟ୍ରେନ ଛାଡ଼ିବାର ଅଧାଘଣ୍ଟା ପୂର୍ବରୁ ପର୍ଯ୍ୟଟକମାନେ ଟିକଟ ସଂଗ୍ରହ କରିପାରିବେ। ମଙ୍ଗଳବାର ପ୍ରଥମ ଦିନରେ ୬ଟ୍ରିପରେ ମୋଟ ୨୨୨ଜଣ ପର୍ଯ୍ୟଟକ ଟିକେଟ କାଟି ଶିଶୁ ରେଳଗାଡିରେ ବସି ମଜା ଉଠାଇଥିଲେ। ସେମାନଙ୍କ ମଧ୍ୟରେ ୪୭ଜଣ ଶିଶୁ ଥିବାବେଳେ ୧୭୫ ଜଣ ବୟସ୍କ ପର୍ଯ୍ୟଟକ ଥିଲେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର ସୂଚନା ଦେଇଛନ୍ତି। ଉଲ୍ଲେଖଥାଉକି, ଗତ ୧୪ତାରିଖରେ ଏହି ଶିଶୁ ରେଳଗାଡ଼ି ସେବା ଆରମ୍ଭ ହୋଇଥିବା ବେଳେ ୧୫ତାରିଖରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri