୨୦୨୨ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୪ଦିନ ଛୁଟି

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ସାନ୍ତାଳୀ ଭାଷାର ପ୍ରଚାର ତଥା ଅଲିଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ଦିବସ ମେ ୧୬କୁ ସରକାରୀ ଛୁଟି ଘୋଷଣା କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି। ମୁର୍ମୁଙ୍କ ଜନ୍ମ ବୈଶାଖ ପୂର୍ଣ୍ଣମୀରେ ପଡ଼ିଥାଏ। ତାଙ୍କର ଅବଦାନକୁ ସ୍ମରଣ କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ରାଜ୍ୟ ସରକାର ୨୦୨୨ କ୍ୟାଲେଣ୍ଡର ବର୍ଷ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା କରିଛନ୍ତି। ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ଜଣେ କର୍ମଚାରୀ ନିଶ୍ଚିତ ୧୦୪ଦିନ ଛୁଟି ପାଇପାରିବେ। ଜଣେ କର୍ମଚାରୀ ଚାହିଁିଲେ ବ୍ୟକ୍ତିଗତ ଛୁଟି ଏହାଠାରୁ ମଧ୍ୟ ଅଧିକ ନେଇପାରିବେ। ଚଳିତବର୍ଷ ତୁଳନାରେ ଆସନ୍ତା ବର୍ଷ ଛୁଟି ସଂଖ୍ୟା ୨ଦିନ ହ୍ରାସ ପାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୨୨ କ୍ୟାଲେଣ୍ଡର ବର୍ଷରେ ରାଜ୍ୟର ସମସ୍ତ ସରକାରୀ ଅଫିସ ତଥା ରାଜସ୍ବ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ(ଏକ୍‌ଜିକ୍ୟୁଟିଭ) ପାଇଁ ୨୭ ଏବଂ ବ୍ୟାଙ୍କଗୁଡ଼ିକ ପାଇଁ ୧୮ଟି ଛୁଟି ଦିବସ ଘୋଷଣା କରାଯାଇଛି। ଏହି ତାଲିକାରେ ୫ଟି ଇଚ୍ଛାଧୀନ ଛୁଟି ଘୋଷଣା କରାଯାଇଛି। ସେଥିମଧ୍ୟରୁ କେବଳ ଗୋଟିଏ ଛୁଟିକୁ କର୍ମଚାରୀମାନେ ନିଜ ସୁବିଧା ଅନୁସାରେ ନେଇପାରିବେ। ଅର୍ଥାତ୍‌ ୨୮(୨୭+୧)ଟି ଛୁଟି ଜଣେ କର୍ମଚାରୀଙ୍କୁ ମିଳୁଥିବାବେଳେ ୫୨ଟି ରବିବାର ଏବଂ ୨୪ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ମୋଟ ୧୦୪ଟି ଛୁଟି ମିଳିବ। ରାଜ୍ୟ ସରକାର ଯେଉଁ ୫ଟି ଛୁଟିଦିନକୁ ଇଚ୍ଛାଧୀନ ଛୁଟି ତାଲିକାରେ ସାମିଲ କରିଛନ୍ତି ସେଗୁଡ଼ିକ ହେଲା ଜାନୁୟାରୀ ୨୫ ବ୍ରହ୍ମସମାଜ ପ୍ରତିଷ୍ଠା ଦିବସ, ଏପ୍ରିଲ ୧୬ ଇଷ୍ଟର ଶନିବାର, ଏପ୍ରିଲ ୨୭ ଶବ୍‌-ଇ-କ୍ୱାଦର, ନଭେମ୍ବର ୨ ଅଁଳା ନବମୀ ଓ ନଭେମ୍ବର ୧୧ ପ୍ରଥମାଷ୍ଟମୀ। ରବିବାର ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାର ଛୁଟି ଦିନରେ ଆଉ କେତେକ ପର୍ବପର୍ବାଣି ପଡୁଥିବାରୁ ସେଦିନକୁ ସ୍ବତନ୍ତ୍ର ଭାବେ ଛୁଟି ଘୋଷଣା କରାଯାଇ ନାହିଁ। ଜାନୁୟାରୀ ୨୩ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ, ଏପ୍ରିଲ ୧୦ ରାମନବମୀ, ଜୁଲାଇ ୧୦ ଇଦ୍‌-ଉଲ୍‌-ଜୁହା, ସେପ୍ଟେମ୍ବର ୨୫ ମହାଳୟା, ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ, ଅକ୍ଟୋବର ୯ ମହମ୍ମଦ ଜୟନ୍ତୀ, ଡିସେମ୍ବର ୨୫ ଖ୍ରୀଷ୍ଟମାସ ଡେ’ ରବିବାର ପଡୁଥିବାରୁ, ଏଥିପାଇଁ ସ୍ବତନ୍ତ୍ର ଭାବେ ଛୁଟି ଘୋଷଣା କରାଯାଇନାହିଁ। ସେହିପରି ଗୁରୁଗୋବିନ୍ଦ ସିଂ ଜୟନ୍ତୀ, ରାଜାରାମ ମୋହନ ରାୟ ଜୟନ୍ତୀ, ବାହୁଡ଼ା ଓ ଖ୍ରୀଷ୍ଟମାସ ପାଇଁ ୪ ଦିନ ଇଚ୍ଛାଧୀନ ଛୁଟି ଭାବେ ବିବେଚନା ହେଉଥିଲେ ମଧ୍ୟ ଏସବୁ ରବିବାର ଓ ଶନିବାର ଛୁଟି ଦିନରେ ପଡୁଛି। ବିଜ୍ଞପ୍ତି ଅନୁଯାୟୀ, ଯେହେତୁ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର କେତେଗୁଡିଏ ପର୍ବପର୍ବାଣି ଓ ଉତ୍ସବ ପାଳନ ହେଉଛି ତେଣୁ ସେଦିନଗୁଡ଼ିକୁ ନିର୍ଦ୍ଦିଷ୍ଟ ଭାବେ ଛୁଟି ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri