ବନ୍ଦ ରହିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି, ୧୮।୧୧ (ଡି.ଏନ.ଏ.): ପ୍ରସିଦ୍ଧ ଶୈବପୀଠ ଭଦ୍ରକ ଜିଲାର ଆରଡ଼ିରେ କୋଭିଡ୍‌ କଟକଣା ଯୋଗୁ ଆସନ୍ତା ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଆଖଣ୍ଡଳମଣି ମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ଦିଅଁ ଦର୍ଶନ କରିପାରିବେ ନାହିଁ। ଏଥିସହ ପବିତ୍ର ଶିବଗଙ୍ଗା ପୁଷ୍କରିଣୀରେ ଭକ୍ତମାନଙ୍କ ଡଙ୍ଗା ଭସା ଉପରେ ମଧ୍ୟ ଜିଲା ପ୍ରଶାସନ ରୋକ୍‌ ଲଗାଇଛି। କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଲକ୍ଷ୍ୟ କରି ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ରାତି ୮ଟା ପର୍ଯ୍ୟନ୍ତ ପୀଠରେ ୧୪୪ ଧାରା ଜାରି ରହିବ ବୋଲି ବୁଧବାର ମନ୍ଦିର ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଣାଇ ଦିଆଯାଇଛି। ଅନ୍ୟପକ୍ଷେ ପାଳିଆ ସେବାୟତ ଓ ସୀମିତ ସେବାୟତଙ୍କ ଦ୍ୱାରା ମନ୍ଦିରର ସମସ୍ତ ନୀତିକାନ୍ତି ସମାପନ ହେବ। ପୂର୍ଣ୍ଣିମା ସନ୍ଧ୍ୟାରେ ବାବାଙ୍କ ହରଗୌରୀ ବେଶ ପୂର୍ବବର୍ଷ ପରି କରାଯିବ। ଏଥିଲାଗି ମନ୍ଦିର ଭିତରେ ଓ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ପୋଲିସକୁ କୁହାଯାଇଛି। ପୀଠ ସମେତ ଏହା ନିକଟସ୍ଥ ବୈତରଣୀ ନଦୀରେ ଯେପରି ଡଙ୍ଗା ଭସା ନ ଯିବ ସେଥିଲାଗି ପ୍ରଶାସନ ପକ୍ଷରୁ କଡ଼ା ବନ୍ଦୋବସ୍ତ ଗ୍ରହଣ କରାଯାଇଥିବା ଉପଜିଲାପାଳ ତଥା ମ୍ୟାନେଜିଂ ଟ୍ରଷ୍ଟି ମନୋଜ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri