ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ ନିଯୁକ୍ତି ପ୍ରସ୍ତାବକୁ ଋଦ୍ଦ କରି କାର୍ଯ୍ୟରତ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସ କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ଭାବେ ମାନ୍ୟତା ପ୍ରଦାନ, ସପ୍ତମ ବେତନ କମିଶନଙ୍କ ସୁପାରିଶ ଆଧାରରେ ସମସ୍ତ ବର୍ଗର କର୍ମଚାରୀଙ୍କୁ ଦରମା ଓ ବର୍ଦ୍ଧିତ ମହଙ୍ଗା ଭତ୍ତା ଲାଗୁ, ସମିତି ଓ ଲ୍ୟାମ୍ପସ ପ୍ରଶାସନିକ ପାଣ୍ଠି କାର୍ଯ୍ୟକାରୀ କରିବା ଓ ଆସନ୍ତା ସମବାୟ ଏବଂ ବାର୍ଷିକ ବଜେଟ୍‌ରେ ସମସ୍ତ କର୍ମଚାରୀଙ୍କ ଦରମା ଓ ଭତ୍ତା ନିମନ୍ତେ ବ୍ୟୟ ଅଟକଳ ମଞ୍ଜୁର, କରୋନା ମହାମାରୀ ସମୟରେ ମୃତ କର୍ମଚାରୀଙ୍କୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ଆଦି ଦାବି ନେଇ ରାଜନଗର ବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର କର୍ମଚାରୀ ଓ ସମ୍ପାଦକମାନେ କଲମଛାଡ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ରାଜ୍ୟ ସଂଘ ଉପସଭାପତି ଘନଶ୍ୟାନ ଜେନା, ସମବାୟ କର୍ମଚାରୀ ସଂଘ ରାଜନଗର ବ୍ଲକ ସଭାପତି ନୀଳମଣି ପ୍ରଧାନ, ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ଜେନା, ସମବାୟ ସମିତି ସମ୍ପାଦକ ଜ୍ଞାନ ରଞ୍ଜନ ନାୟକ, ଯୋଗେନ୍ଦ୍ର ନାଥ ବାରିକ, ସୁକାନ୍ତ କୁମାର ବେହେରା, ସତ୍ୟନାରାୟଣ ନାୟକ, ଅମର କୁମାର ବଳ, ସୁବ୍ରତ କୁମାର ପ୍ରଧାନ, କ୍ଷେତ୍ରବାସୀ ରାଉତ, ଅନ୍ତର୍ଯ୍ୟାମୀ ରାଉତଙ୍କ ସହିତ ସମସ୍ତ କର୍ମଚାରୀ କଲମଛାଡ ଆନ୍ଦୋଳନରେ ସାମିଲ ହୋଇ ବୁଧବାର ରାଜନଗରସ୍ଥିତ ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri