ଅପହଞ୍ଚ ଗ୍ରାମରେ ପହଞ୍ଚିବ ୪-ଜି ସେବା

ନୂଆଦିଲ୍ଲୀ,୧୮।୧୧: ଦେଶ ମଧ୍ୟରେ ଟେଲିକମ୍‌ ସେବା ଦ୍ରୁତଗତିରେ ଅଗ୍ରଗତି କରୁଛି। ଏବେ ମଧ୍ୟ ଅନେକ ସ୍ଥାନ ରହିଛି ଯେଉଁଠାରେ ଏହି ସେବାଠାରୁ ଲୋକ ବହୁ ଦୂରରେ ରହିଛନ୍ତି। ଉକ୍ତ ସ୍ଥାନଗୁଡ଼ିକୁ ସେବା ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପ୍ରକ୍ରିୟା ଅନ୍ତର୍ଗତ ଓଡ଼ିଶାର ପ୍ରାୟ ୩,୯୩୩ ଗ୍ରାମକୁ ୪-ଜି ଟେଲିକମ୍‌ ସେବା ଯୋଗାଣ କରିବା ନେଇ ଲକ୍ଷ୍ୟ ରଖାଯାଇଛି।
କେନ୍ଦ୍ର ଯୋଗାଯୋଗ ମନ୍ତ୍ରଣାଳୟ ସୂଚନା ମୁତାବକ, କନ୍ଧମାଳର ୧୦୯୪ ଗ୍ରାମ, ରାୟଗଡ଼ାର ୯୬୨, କୋରାପୁଟର ୫୨୦, କଳାହାଣ୍ଡିର ୫୧୬, ଗଜପତିର ୪୬୭, ମାଲକାନଗିରିର ୩୦୬, ନବରଙ୍ଗପୁରର ୧୭୭, ନୂଆପଡାର ୨୯, ଢେଙ୍କାନାଳ ଏବଂ ବଲାଙ୍ଗୀରର ୧୧ ଲେଖାଏ ଗ୍ରାମକୁ ଏହା ମଧ୍ୟରେ ସାମିଲ କରାଯାଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ୫ ରାଜ୍ୟର ୪୪ ଆକାଂକ୍ଷୀ ଜିଲାରେ ୪ଜି ମୋବାଇଲ ସେବାଠାରୁ ଦୂରରେ ଥିବା ଗ୍ରାମଗୁଡ଼ିକରେ ଟେଲିକମ୍‌ ସେବା ଉପଲବ୍ଧ କରାଇବା ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ରହିଛି।
ଗ୍ରାମଗୁଡ଼ିକରେ ମୋବାଇଲ ସେବା ପହଞ୍ଚାଇବା ଲାଗି ୟୁନିଭର୍ସାଲ ସର୍ଭିସ ଓବ୍ଲିଗେଶନ ଫଣ୍ଡ (ୟୁଏସ୍‌ଓଏଫ୍‌)ର ବ୍ୟବହାରକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ମୋଟ ୭,୨୮୭ ଗ୍ରାମରେ ଏହି ବାବଦକୁ ୬,୪୬୪ କୋଟି ଟଙ୍କା ବିନିଯୋଗ କରାଯିବ। କ୍ୟାବିନେଟ ବୈଠକ ପରେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ବିଶେଷକରି ୪-ଜି ସେବାକୁ ତ୍ୱରାନ୍ବିତ ଲକ୍ଷ୍ୟ ରଖାଯାଇଛି। ୭,୨୮୭ ଗ୍ରାମରେ ଟେଲିକମ୍‌ ଟାଓ୍ବାର ସ୍ଥାପନ ଏବଂ ସେବାରେ ଉନ୍ନତି ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବା ଦ୍ୱାରା ଲୋକମାନେ ବିଶେଷ ଭାବେ ଲାଭବାନ ହୋଇପାରିବେ।
୧୮ ମାସରେ ଯୋଜନାକୁ କାର୍ଯ୍ୟକାରୀ କରାଯିବ। ଏହା ମଧ୍ୟରେ ୫ ବର୍ଷର ପରିଚାଳନା ଖର୍ଚ୍ଚ ମଧ୍ୟ ସାମିଲ ରହିଛି। ଏଭଳି ପଦକ୍ଷେପ ଦ୍ୱାରା ଡିଜିଟାଲ ସଂଯୋଗ ବୃଦ୍ଧି, ଶିକ୍ଷା ଏବଂ ସୂଚନା ପ୍ରସାରଣ, ଦକ୍ଷତା ବିକାଶ ଏବଂ ଉନ୍ନତୀକରଣ, ବିପର୍ଯ୍ୟୟ ପରିଚାଳନା ଏବଂ ଇ-ଗଭର୍ନାନ୍ସ ଭଳି ଦିଗରେ ବିକାଶ ସାଧନ ହୋଇପାରିବ। ସେହିଭଳି ଏଣ୍ଟରପ୍ରାଇଜ, ଇ-କମର୍ସ, ଡିଜିଟାଲ ଇଣ୍ଡିଆ ଏବଂ ନିଯୁକ୍ତି ସୃଷ୍ଟିକୁ ଏହା ଉତ୍ସାହିତ କରିବ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri