ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା

ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ସ୍ଥାନୀୟ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଏବଂ ଅନ୍ୟ ବିଭାଗୀୟ କର୍ମଚାରୀଙ୍କୁ ବାରମ୍ବାର ଅବଗତ କଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ଅସନ୍ତୋଷ ବଢ଼ି ଚାଲିଛି। ଏହି କ୍ରମରେ ଗୁରୁବାର ବରଗଡ଼ ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟମାନେ ଜଣେ ଅଜଣା ଲୋକଙ୍କ ମୃତଦେହ ରଖି ଡିଏଫ୍‌ଓ ଅଫିସରେ ଧାରଣା ଦେଇଛନ୍ତି। ଗତ ତିନିଦିନ ତଳେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧାନ ଅବସ୍ଥାରେ ସମ୍ପୃକ୍ତ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ମୃତଦେହକୁ ପୋଲିସ ଡାକ୍ତରଖାନା ଫ୍ରିଜରରେ ରଖା ଯାଇଥିଲା। ମୃତକଙ୍କ ଶବଦାହ ପାଇଁ ପୋଲିସ ସୂଚନା ଦେବା ପରେ ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନେ ଡାକ୍ତରଖାନା ଫ୍ରିଜରରୁ ଆଣିଥିଲେ। ତେବେ କାଠ ପାଇଁ ସ୍ବେଚ୍ଛାସେବୀମାନେ ବୁଧବାରରୁ ବନ ବିଭାଗ କର୍ମଚାରୀଙ୍କୁ ଜଣାଇଥିଲେ। ମାତ୍ର କୌଣସି ସନ୍ତୋଷଜନକ ଉତ୍ତର ନ ମିଳିବାରୁ ଏହାର ପ୍ରତିବାଦରେ ମୃତଦେହକୁ ଡିଏଫ୍‌ଓ ଅଫିସରେ ରଖି ଧାରଣାରେ ବସିଛନ୍ତି। ଅଜଣା ଲୋକଙ୍କ ଶବଦାହ ପାଇଁ ମାଗଣାରେ କାଠ ଯୋଗାଇ ଦେବା ପାଇଁ ସେମାନେ ଦାବି କରିଛନ୍ତି। ଦୃଢ଼ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ସେମାନେ ଧାରଣାରୁ ଉଠିବେ ନାହିଁ ବୋଲି ସ୍ବେଚ୍ଛାସେବୀମାନେ ଚେତାବନୀ ଦେଇଛନ୍ତି। ଏହି ଅନୁଷ୍ଠାନର ସମ୍ପାଦକ ଅଶ୍ବିନୀ ତ୍ରିପାଠୀ, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ସାହୁଙ୍କ ନେତୃତ୍ୱରେ ସ୍ବେଚ୍ଛାସେବୀମାନେ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri