ଷ୍ଟେଟ୍‌ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ

ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍‌କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ ଭୟଭୀତ ହୋଇ ବାହାରକୁ ଚାଲି ଆସିଥିଲେ। ଏନେଇ ସାକ୍ଷୀଗୋପଳ ଅଗ୍ନିଶମ ବିଭାଗକୁ ଖବର ଦେବାରେ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ ବ୍ୟାଙ୍କ ମ୍ୟାନେଜର ସନ୍ତୋଷ କୁମାର ବେହେରାଙ୍କ ସହ ଜଣେ ଅଗ୍ନିଶମ କର୍ମଚାରୀ ମାନସ ବିଶ୍ୱାଳ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ଉଭୟଙ୍କୁ ସ୍ଥାନୀୟ ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ସକାଳେ ସବୁଦିନ ପରି ବ୍ୟାଙ୍କକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାପରେ ଅଗ୍ନିକାଣ୍ଡ ଘଟିଥିବା ଯୋଗୁ ବଡ଼ ଧରଣର ଅଘଟଣ ଘଟିବା ନେଇ ଆଶଙ୍କା ଦେଖାଦେଇଥିଲା। ଚାରିଆଡେ ନିଆଁ ଲାଗିଯାଇଥିବା ଯୋଗୁ ଅଗ୍ନିଶମ କର୍ମଚାରୀ ବ୍ୟାଙ୍କ ଉପର ମହଲା କାଚକୁ ଭାଙ୍ଗି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ଏହି ଅଗ୍ନିକାଣ୍ଡରେ ବ୍ୟାଙ୍କର ଡାଇନିଂ ଏବଂ ଗୋଟିଏ ଫ୍ରିଜ୍‌ ପୋଡି ଯାଇଛି। ଅନ୍ୟାନ୍ୟ ସାମଗ୍ରୀ ସୁରକ୍ଷିତ ରହିଛି। ପରିସ୍ଥିତିକୁ ଦେଖି ବ୍ୟାଙ୍କକୁ ବନ୍ଦ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri