Posted inଫୁରସତ

ଶିଶୁ ଭବିଷ୍ୟତର ନାଗରିକ

କଥାରେ ଅଛି ଆଜିର ଶିଶୁ ଭବିଷ୍ୟତର ନାଗରିକ। ଅର୍ନ୍ତଜାତୀୟସ୍ତରରେ ଶିଶୁଙ୍କ ବିକାଶ ଏବଂ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୨୦ରେ ଅନ୍ତର୍ଜାତୀୟ ଶିଶୁ ଦିବସ ପାଳନ କରାଯାଇଥାଏ।
୧୯୨୫ରେ, ଶିଶୁ କଲ୍ୟାଣ ଉପରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ସମ୍ମିଳନୀରେ ଜେନେଭାରେ ଆନ୍ତର୍ଜାତୀୟ ଶିଶୁ ଦିବସ ପାଳନ ସମ୍ପର୍କରେ ପ୍ରଥମେ ଘୋଷଣା କରାଯାଇଥିଲା। ୧୯୫୦ ପରଠାରୁ, ଏହା ଅଧିକାଂଶ ଦେଶରେ ୧ ଜୁନ ରେ ପାଳନ କରାଯାଉଥିଲା। ତେବେ ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦ ନଭେମ୍ବରରେ ଏହି ଦିବସ ପାଳନ କରିବାକୁ ୧୯୫୯ରେ ଘୋଷଣା କରାଯାଇଥିଲା।
ଏହା ପୂର୍ବରୁ ୧୮୫୭ରେ ଶିଶୁ ଦିବସ ଜୁନ ମାସର ଦ୍ୱିତୀୟ ରବିବାର ଦିନ ମାସାଚୁସେଟ୍ସର ଚେଲ୍ସରେ ଥିବା ରେଡମିୟର ୟୁନିଭର୍ସାଲିଷ୍ଟ ଚର୍ଚ୍ଚର ପାଷ୍ଟର ରେଭରେଣ୍ଡ ଡକ୍ଟର ଚାଲର୍‌ସ ଲିଓନାର୍ଡଙ୍କ ଦ୍ୱାରା ଶିଶୁ ଦିବସ ଆରମ୍ଭ ହୋଇଥିଲା। ଲିଓନାର୍ଡ ଏହି ଦିନକୁ ରୋଜ ଡେ ନାମରେ ନାମିତ କରିଥିଲେ।
ଏହି ଦିବସ ପାଳନ ଅବସରରେ ବିଶ୍ୱସ୍ତରରେ ବିଭିନ୍ନ ରାଷ୍ଟ୍ରର ଶିଶୁଙ୍କ ମଧ୍ୟରେ ପାରସ୍ପରିକ ଭାବର ଆଦାନ ପ୍ରଦାନ ଏବଂ ବୁଝାମଣାକୁ ପ୍ରୋତ୍ସାହିତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri