୬ଟି କେକ କାଟି ପତ୍ନୀଙ୍କ ଜନ୍ମଦିନ ପାଳନ କଲେ କମେଡି କିଙ୍ଗ

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମା ଗୁରୁବାର ତାଙ୍କ ପତ୍ନୀ ଗିନ୍ନି ଚତରଥଙ୍କ ଜନ୍ମଦିନ ପାଳନ କରିଛନ୍ତି । ଯାହାର ଏକ ଝଲକ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି । ପତ୍ନୀଙ୍କ ଜନ୍ମଦିନକୁ ଅଭୁଲା କରିବାକୁ ଯାଇ କପିଲ କେତେ ପ୍ରସ୍ତୁତି ମଧ୍ୟ କରିଥିଲେ । ଏସମସ୍ତ ପ୍ରସ୍ତୁତି ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଥିଲା । ଜନ୍ମିଦନ ପାଳନର ଏକ ସୁନ୍ଦର ଭିଡିଓ କପିଲ ଶେୟାର କରିବା ସହ ଗିନ୍ନିଙ୍କ ଉଦ୍ଦେଶ୍ୟରେ ଏକ ସୁନ୍ଦର ନୋଟ୍ ବି ଲେଖିଛନ୍ତି । କପିଲ ଯେଉଁ ଭିଡିଓ ଶେୟାର କରିଛନ୍ତି ସେଥିରେ ଦେଖିବାକୁ ମିଳିଛି ଟେବୁଲ ଉପରେ କିଛି ରଙ୍ଗ ବେରଙ୍ଗର କେକ୍ ଥୁଆ ହୋଇଛି । ସବୁ କେକ୍ ଉପରେ ଗିନ୍ନିଙ୍କ ନାଁର ଗୋଟିଏ ଗୋଟିଏ ଆଲଫାବେଟ ଲେଖାଯାଇଛି । ଏହାସହ ସେ ଲେଖିଛନ୍ତି, ହାପି ବାର୍ଥ ଡେ, ମୋ ସାଙ୍ଗ, ମୋ ପ୍ରେମ, ମୋ ପତ୍ନୀ ଗିନ୍ନି ଚତରଥ‘ । କପିଲଙ୍କ ଏହି ପୋଷ୍ଟକୁ ଦେଖି ପ୍ରଶଂସକମାନେ ଖୁବ୍ କମେଣ୍ଟ କରୁଛନ୍ତି । କପିଲ ଶର୍ମାଙ୍କ ପତ୍ନୀ ଯଦିଓ ଏଣ୍ଟରଟେନମେଣ୍ଟ ଦୁନିଆଠାରୁ ଦୂରରେ କିନ୍ତୁ କପିଲ ବହୁବାର ତାଙ୍କ ବିଷୟରେ କମେଡି ଶୋ’ରେ ଆଲୋଚନା କରିଛନ୍ତି । କିଛିଦିନ ତଳେ କପିଲ ତାଙ୍କ ଶୋ’ର ସେଟରେ ପତ୍ନୀ ଗିନ୍ନି ଝିଅ ଅନାୟା ଓ ପୁଅ ତ୍ରିଶାନଙ୍କ ସହ ପହଞ୍ଜିଥିବା ଦେଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri