Posted inଜାତୀୟ

ଆନ୍ଧ୍ରରେ ବର୍ଷା ବିତ୍ପାତ: ୧୭ ମୃତ

ତିରୁପତି, ୨୦।୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରୟାଲସୀମା ଅନ୍ତର୍ଗତ ୪ ଜିଲାରେ ବର୍ଷା ଓ ବନ୍ୟାରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଚେୟେରୁ ନଦୀରେ ବନ୍ୟା ଆସି ଅନେକ ଗ୍ରାମ ଜଳାର୍ଣ୍ଣବ ହୋଇଥିବାବେଳେ ନନ୍ଦାଲୁରଠାରେ ଥିବା ସ୍ବାମୀ ଆନନ୍ଦ ମନ୍ଦିର ପାଣିରେ ବୁଡ଼ିଯାଇଛି। କଡପା ଜିଲାର ରାଜମପେଟ ଓ ଅନ୍ୟ ଅଞ୍ଚଳ ବନ୍ୟାପ୍ଳାବିତ ହୋଇଛି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମ, ଏନ୍‌ଡିଆର୍‌ଏଫ୍‌ ଏବଂ ଏସ୍‌ଡିଆର୍‌ଏଫ୍‌ ଟିମ୍‌କୁ ନିୟୋଜିତ କରାଯାଇଛି। ଗଣ୍ଡଲୁରୁ ଅଞ୍ଚଳରୁ ୭ ମୃତଦେହ ମିଳିଥିବା ବେଳେ ରାୟାଭରମରୁ ୩ ଏବଂ ମଣ୍ଡପାଲ୍ଲି ନିକଟରୁ ୨ ଜଣଙ୍କ ମୃତଦେହ ମିଳିଛି। ମଣ୍ଡପାଲ୍ଲି, ଆକେପାଡୁ, ନନ୍ଦାଲୁରୁ ଅଞ୍ଚଳରୁ ୩୦ ଜଣ ବନ୍ୟାରେ ଭାସିଯାଇଛନ୍ତି। ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଓ ରେଳଲାଇନ ପାଣିରେ ବୁଡ଼ିଯାଇଛି। କଡପା ବିମାନ ବନ୍ଦରକୁ ୨୫ ତାରିଖ ଯାଏ ବନ୍ଦ କରାଯାଇଥିବାବେଳେ ନନ୍ଦାଲୁର-ରାଜାପେଟ୍‌ ମଧ୍ୟରେ ଚଳାଚଳ କରୁଥିବା ୧୦ଟି ଟ୍ରେନ୍‌ର ରୁଟ୍‌ ପରିବର୍ତ୍ତନ ହୋଇଛି।
ଲଘୁଚାପ ଯୋଗୁ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଏବଂ ରାୟଲସୀମାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। ତିରୁମାଲାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ପ୍ରଭୁ ଭେଙ୍କଟେଶ୍ୱରଙ୍କ ଦର୍ଶନରେ ଆସିଥିବା ତୀର୍ଥଯାତ୍ରୀମାନେ ଫସିରହିଛନ୍ତି। ତିରୁମାଲା ମନ୍ଦିରକୁ ଯାଇଥିବା ୪ଟି ରାସ୍ତା ବନ୍ୟାପାଣିରେ ବୁଡିଥିବାବେଳେ ଗଛ ଉପୁଡି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ବର୍ଷା ପ୍ରଭାବିତ ଜିଲାଗୁଡ଼ିକର ଜିଲାପାଳମାନଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିବା ସହ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri