ଆଜିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଦରବୃଦ୍ଧି ପ୍ରସଙ୍ଗ ନେଇ ଦ୍ୱିତୀୟ ଥର ଲାଗି ବିଜେଡି ରାସ୍ତାକୁ ଓହ୍ଲାଇବାକୁ ଯାଉଛି। କିଛିଦିନ ତଳେ ତେଲ ଦରବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଥିବାବେଳେ ଏବେ ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ। ପୂର୍ବ ଘୋଷଣା ମୁତାବକ ସୋମବାରଠାରୁ ୩ ଦିନ ଧରି ଆରଡିସିସ୍ତରରେ ବିଜେଡି ଆନ୍ଦୋଳନ କରିବ। ଏନେଇ ରବିବାର ଏକ ଖବରଦାତା ସମ୍ମିଳନୀରେ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଏବଂ ଛାତ୍ର ବିଜେଡି ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି। ବିଜେଡିର ସୂଚନା ଅନୁଯାୟୀ, ସୋମବାର କଟକ, ମଙ୍ଗଳବାର ସମ୍ବଲପୁର ଏବଂ ବୁଧବାର ବ୍ରହ୍ମପୁର ଆରଡିସି ଜୋନ୍‌ ସମ୍ମୁଖ ଏବଂ ଏହା ଅନ୍ତର୍ଗତ ବ୍ଲକ୍‌ଗୁଡ଼ିକରେ ଦଳ ପକ୍ଷରୁ ଆନ୍ଦୋଳନ କରାଯିବ। ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ବିଜୁ ଯୁବ, ଛାତ୍ର ଏବଂ ମହିଳା ଜନତା ଦଳ ସାମିଲ୍‌ ହେବେ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନା ବିଫଳ ହୋଇଛି। ଦରବୃଦ୍ଧି ଯୋଗୁ ଦୁର୍ଦ୍ଦିନରେ ଗୃହିଣୀମାନେ ଦିନ କାଟୁଛନ୍ତି। ସାଢ଼େ ୩ ବର୍ଷ ମଧ୍ୟରେ ଗ୍ୟାସ୍‌ ଦର ୭୦ ପ୍ରତିଶତ ବଢ଼ିଛି। ଗ୍ୟାସ୍‌ ଦର ନ କମାଇଲେ ବିରାଟ ଜନଆନ୍ଦୋଳନ ହେବ। ସିଏଜି ମଧ୍ୟ ତାଙ୍କ ରିପୋର୍ଟରେ ଉଜ୍ଜ୍ୱଳା ଗ୍ୟାସ୍‌ ରିଫିଲିଂ ହାର କମି ଥିବା କହିଛନ୍ତି। ନ୍ୟାଶନାଲ ଫ୍ୟାମିଲି ହେଲଥ୍‌ ସର୍ଭେ ଅନୁସାରେ, ୯୮% ନୁହେଁ ମାତ୍ର ୨୦% ସିଲିଣ୍ଡର ବ୍ୟବହାର ବଢ଼ିଛି। ଉଜ୍ଜ୍ୱଳା ଯୋଜନା କରି କେନ୍ଦ୍ର ସରକାର ଗରିବ ଲୋକଙ୍କୁ ଠକିଛନ୍ତି। ଏବେ ସିଲିଣ୍ଡର ଦାମ୍‌ ୯ ଶହ ଟଙ୍କା ଉପରେ ରହିଛି। ବିଜେଡି ସାଧାରଣ ଜନତାଙ୍କ ସ୍ବର ହୋଇ ଆନ୍ଦୋଳନ କରିବ। ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ ବୋଲି ଦଳ ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri