ପ୍ଲାଷ୍ଟିକ୍‌ ମୁକ୍ତ ହେବ କପିଳାସ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ତଥା ଇକୋ ସେନ୍‌ସିଟିଭ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ ହୋଇଥିବା କପିଳାସ ଶୈବପୀଠ ହେବ ପ୍ଲାଷ୍ଟିକ ମୁକ୍ତ। ସଫାସୁତରା ପରିବେଶରେ ପର୍ଯ୍ୟଟକ ଦିଅଁ ଦର୍ଶନ କରିପାରିବେ। ଏକ ସୁଖଦ ଅନୁଭୂତି ନେଇ ଫେରିବେ। ଏଭଳି ଏକ ମହତ୍‌ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଛି ‘ପ୍ଲାଷ୍ଟିକ୍‌ ଫ୍ରି ଅଭିଯାନ’। ଏଥିରେ ଯୋଡ଼ି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଏବଂ ଯୁବପିଢ଼ି। ଏହି ଉପଲକ୍ଷେ ରବିବାର ଯୁବ ଅନୁଷ୍ଠାନ ହେଲ୍ପିଂ ହ୍ୟାଣ୍ଡ୍‌ ସୋସିଓ ସ୍ପେଶିଫିକ୍‌ ଏବଂ ଦେଓଗଁାସ୍ଥିତ ଶ୍ରୀଚନ୍ଦ୍ରଶେଖର ଜୀଉ ୟୁଥ୍‌ କ୍ଲବ ପକ୍ଷରୁ ପୀଠ ପରିସରରେ ‘ପ୍ଲାଷ୍ଟିକ୍‌ ଫ୍ରି ମିଶନ ଢେଙ୍କାନାଳ ଟୁରିଜିମ୍‌’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କପିଳାସ ଅଞ୍ଚଳର ୧୦୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଯୋଗଦେଇ ଆବର୍ଜନା, ବୋତଲ ସଂଗ୍ରହ କରିବା ସହ ସଫେଇ କରିଥିଲେ।
ରାଜ୍ୟର ବିଖ୍ୟାତ ଶୈବପୀଠର ପରିବେଶକୁ ସଫାସୁତରା ରଖିବା ସମସ୍ତଙ୍କ ନୈତିକ ଦାୟିତ୍ୱ। ବ୍ୟବସାୟୀ, ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ସହଯୋଗ ବିନା ଏହି ମହତ୍‌ ଲକ୍ଷ୍ୟ ପୂରଣ କରିବା ଅସମ୍ଭବ। ତେଣୁ ପୀଠକୁ ପଲିଥିନ ବାରଣ କରିବା ସହ ବ୍ୟବସାୟୀଙ୍କୁ ବ୍ୟବସାୟ ପାଇଁ ପଲିଥିନର ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ପଡ଼ିବ। ଏହାଦ୍ୱାରା କପିଳାସର ଶୋଭା ବଢ଼ିବ ବୋଲି ସଚେତନ କରାଯାଇଥିଲା। ସେହିପରି କପିଳାସକୁ ସ୍ବଚ୍ଛ ଏବଂ ପ୍ଲାଷ୍ଟିକ୍‌ ମୁକ୍ତ ରଖିବା ଦିଗରେ ଜିଲା ପ୍ରଶାସନ ସହଯୋଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅନୁଷ୍ଠାନର କର୍ମକର୍ତ୍ତମାନେ ମତବ୍ୟକ୍ତ କରିଥିଲେ। ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାରୁ ଏହି ଅଭିଯାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri