ସଫଳ ପରିଚାଳନା ଉପରେ ଗୁରୁତ୍ୱ

ଅନୁଗୋଳ/ ଢେଙ୍କାନାଳ ଅଫିସ,୨୩ ।୧୧ ମତ୍ସ୍ୟ ଚାଷର ଉନ୍ନତୀକରଣ ଓ ଏହାର ଉପାଦେୟତା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ରବିବାର ଜିଲା ମତ୍ସ୍ୟ ବିଭାଗ ତରଫରୁ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିବା ସହ ମତ୍ସ୍ୟ ଚାଷର ବିଭିନ୍ନ ବୈଷୟିକ ପ୍ରଣାଳୀ ଓ ସଫଳ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ. ଦେବାଶିଷ ମିଶ୍ର ଯୋଗଦେଇ ମତ୍ସ୍ୟ ଚାଷର ବୈଜ୍ଞାନିକ ପ୍ରଣାଳୀ ଉପରେ ଆଲୋକପାତ କରିଥିଲେ। ଉପମତ୍ସ୍ୟ ଅଧିକାରୀ (ଅନୁଗୋଳ ମଣ୍ଡଳ) ବବିତା ମହନ୍ତ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲା ମତ୍ସ୍ୟ ଅଧିକାରୀ ରାଜେନ୍ଦ୍ର କୁମାର ପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଅବସରରେ ଏ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଅଗ୍ରଣୀ ଚାଷୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଜିଲାର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ମତ୍ସ୍ୟ ଅଧିକାରୀ ବିଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଢେଙ୍କାନାଳ ଜିଲା ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ କାଯର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ଜିଲାକୁ ମତ୍ସ୍ୟ ଉପତ୍ାଦନ କ୍ଷେତ୍ରରେ ସ୍ବୟଂସମ୍ପୂର୍ଣ୍ଣ କରିବା ନିମନ୍ତେ ମତ୍ସ୍ୟଚାଷୀମାନଙ୍କୁ ଉତ୍ସାହିତ କରିଥିଲେ। ଜିଲା ମତ୍ସ୍ୟ ଅଧିକାରୀ ପ୍ରଦୀପ୍ତ କିଶୋର ଭୂୟାଁ ମତ୍ସ୍ୟ ଚାଷୀମାନଙ୍କ ଆୟ ବୃଦ୍ଧି ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଏହି ଅବସରରେ ହିତାଧିକାରୀମାନଙ୍କୁ ଚେକ୍‌ ମାଧ୍ୟମରେ ରିହାତି ଅର୍ଥ ପ୍ରଦାନ କରାଯାଇଥିଲା। ସହକାରୀ ମତ୍ସ୍ୟ ଅଧିକାରୀ ମନ୍ଦାକିନୀ ମାଳା ପ୍ରଧାନ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟତମ ସହକାରୀ ମତ୍ସ୍ୟ ଅଧିକାରୀ ଶୋଭନ ସାମଲ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ୫୫ଜଣ ମତ୍ସ୍ୟଜାବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri